‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’

କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ ବିଚାର କଲେ କାର୍ଯ୍ୟଧାରାରେ ପରିବର୍ତ୍ତନ ଅଣାଯାଇପାରିବ। ଜିଲା ପରିଷଦର ସଭ୍ୟାସଭ୍ୟମାନେ ସ୍ଥାନୀୟ ବିଧାୟକଙ୍କ ସହିତ ସମନ୍ବୟ ରକ୍ଷା କରି ବିକାଶ ଧାରାକୁ ପର୍ଯ୍ୟାପ୍ତ କରିବାର ସମୟ ଉପନୀତ ହୋଇଛି ବୋଲି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ଜିଲା ପରିଷଦର ନବୀକରଣ ସମ୍ମିଳନୀ କକ୍ଷକୁ ମନ୍ତ୍ରୀ ସ୍ବାଇଁ ଶୁକ୍ରବାର ଉଦ୍‌ଘାଟନ କରିଥିଲେ। ଏହାପରେ ଉକ୍ତ ସମ୍ମିଳନୀ କକ୍ଷରେ କଟକ ଜିଲା ପରିଷଦର ପଞ୍ଚମ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ସ୍ବାଇଁ ଅତିଥି ଭାବେ ଯୋଗଦେଇ କହିଥିଲେ, ଜନପ୍ରତିନିଧିମାନେ ଯୋଜନାଗୁଡ଼ିକର ବ୍ୟୟ ଅଟକଳ ସମ୍ବନ୍ଧରେ ସବିଶେଷ ଜ୍ଞାନ ଆହରଣ କରିବା ଉଚିତ୍‌। ଫଳରେ ଯୋଜନାକୁ ସଫଳ ଭାବରେ ପ୍ରଣୟନ କରିବାରେ ବାଧା ଉପୁଜିବ ନାହିଁ। ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ପର୍ଯ୍ୟାପ୍ତ ପରିମାଣର ଅର୍ଥ ବ୍ୟୟ କରିବାର ବ୍ୟବସ୍ଥା କରିଛନ୍ତି। କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ କରିବାକୁ ସମସ୍ତ କର୍ତ୍ତୃପକ୍ଷ ଏକ ପ୍ରକାର ଆହ୍ବାନର ସମ୍ମୁଖୀନ ହେଉଛନ୍ତି। ତେଣୁ ଏ କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ। ମୁଖ୍ୟମନ୍ତ୍ରୀ ଗ୍ରାମ ସଡକ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳରେ ରାସ୍ତାଘାଟ ନିର୍ମାଣ ଓ ବିଜୁ ସେତୁ ଯୋଜନା ମାଧ୍ୟମରେ ସଂଯୋଗୀକରଣ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବାକୁ ସେ କହିଥିଲେ।
ଜିଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ପ୍ରମୋଦ କୁମାର ମଲ୍ଲିକ କହିଥିଲେ, ଗ୍ରାମାଞ୍ଚଳର ବିକାଶ ପାଇଁ ଜିଲା ପରିଷଦ ଏକ ପ୍ରମୁଖ ପ୍ରତିଷ୍ଠାନ। ନଳକୂପ ମରାମତି, ପାଇପ ଲାଇନ ତଥା ପାଣି ଟାଙ୍କି ନିର୍ମାଣ ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏଥିରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ଚନ୍ଦ୍ରସାରଥି ବେହେରା, ପ୍ରଶାନ୍ତ କୁମାର ବେହେରା, ଦେବୀ ରଞ୍ଜନ ତ୍ରିପାଠୀ, ଜିଲା ପରିଷଦ ଉପ ସଭାପତି ସୁଭଦ୍ରା ଦାସ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଜିଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅମ୍ବର କୁମାର କର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ। ବୈଠକରେ ଗ୍ରାମ୍ୟ ଉନ୍ନୟନ, ଜଳ ଯୋଗାଣ ଓ ପରିମଳ, ଜଳସେଚନ, ଉଠା ଜଳସେଚନ, ସ୍ବାସ୍ଥ୍ୟସେବା, ଶିକ୍ଷା ବ୍ୟବସ୍ଥା ଓ ସ୍ବଚ୍ଛତା ଶିକ୍ଷା, କୃଷି, ଆଲୋକୀକରଣ ସମ୍ବନ୍ଧରେ ଆଲୋଚନା କରାଯାଇ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଆଶିଷ କୁମାର ସାହୁ, ଦେବାଶିଷ ଷଡଙ୍ଗୀ, ପୂର୍ଣ୍ଣଚନ୍ଦ୍ର ସାହୁ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସତ୍ୟବ୍ରତ ଛୋଟରାୟ, ଜିଲା ଶିକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?