ଚାରା ରୋପଣର ବିକଳ୍ପ ବ୍ୟବସ୍ଥା: ସଂରକ୍ଷିତ ଜଙ୍ଗଲରେ ବାଉଁଶ ମଞ୍ଜି ଫିଙ୍ଗିଲେ ବିଧାୟକ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ):ଖୋଲା ଜଙ୍ଗଲରେ ଚାରା ରୋପଣ କରିବା ସହଜ। କିନ୍ତୁ ଜଙ୍ଗଲର ଏଭଳି କିଛି ସ୍ଥାନ ରହୁଛି ସେଠି ଯାଇ ଚାରା ରୋପଣ କରିବା କଷ୍ଟକର। ତେଣୁ ଜଙ୍ଗଲ ବିଭାଗ ଉକ୍ତ ସ୍ଥାନ ଗୁଡ଼ିକୁ ବିକଳ୍ପ ଭାବେ ଅନେକ ସମୟରେ ସଂରକ୍ଷିତ ଜଙ୍ଗଲରେ (ସିଡ ବଲ) ମଞ୍ଜି ଫିଙ୍ଗି ଚାରା ରୋପଣ କରନ୍ତି। ବର୍ଷା ଋତୁରେ ମଞ୍ଜି ଗୁଡ଼ିକୁ ଜଙ୍ଗଲ ଭିତରେ ଫୋପାଡିଲେ ତାହା ଆପେ ଆପେ ବଡ ହୁଏ। ଏହାଦ୍ବାରା ଖର୍ଚ୍ଚ କମ ସାଙ୍ଗକୁ ସୁବିଧାରେ ନୂତନ ଜଙ୍ଗଲ ସୃଷ୍ଟି ହୋଇଥାଏ। ଏହିଭଳି ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଆଜକୁ କିଛିଦିନ ହେବ ବାଉଁଶ ସମେତ ବିଭିନ୍ନ ମଞ୍ଜିକୁ ଗୁଳା ଗୁଳା କରି ଜଙ୍ଗଲରେ ଫୋପଡା ଯାଉଛି।

ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ କିଛିଦିନ ପୂର୍ବେ ଏହିଭଳି ଜନହିତକର କାର୍ଯ୍ୟକ୍ରମରେ ସାମିଲ ହୋଇ ଚନ୍ଦ୍ରଗିରି ସଂରକ୍ଷିତ ଜଙ୍ଗଲରେ ବାଉଁଶ ମଞ୍ଜି (ସିଡ ବଲ) ଫୋପାଡି ଥିଲେ। ଏହି ସମୟରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଗାଲେରୀ ରେଞ୍ଜର ଆଶାଲତା ଦିଗାଲ, ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା,ବନପାଳ ଶୁଭସ୍ମିତା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହିଭଳି ଅନ୍ୟ ରେଞ୍ଜ ଗୁଡ଼ିକରେ ମଧ୍ୟ ସିଡ ବଲ ଫୋପାଡ଼ି ଚାରା ରୋପଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri