ଭୁବନେଶ୍ୱର,୮।୮ : ଆକ୍ସିସ୍ ବ୍ୟାଙ୍କ ଏବଂ ଅଲ୍ଟିଗ୍ରିନ୍ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଥିବା ଘୋଷଣା କରାଯାଇଛି। ବିଶେଷ କରି ଗ୍ରାହକମାନଙ୍କୁ ସୁହାଇବା ଭଳି ସ୍ବତନ୍ତ୍ର ଫାଇନାନ୍ସ ସୁବିଧା ପ୍ରଦାନ କରିବାସହ କାରବାର ବୃଦ୍ଧି ଆଦି ସମ୍ପର୍କରେ ଉକ୍ତ ସହଭାଗିତା ସ୍ଥାପନ ହୋଇଛି। ଏ ସମ୍ପର୍କରେ ଅଲ୍ଟିଗ୍ରିନ୍ର ସିଏଫ୍ଓ ଶୈଳେନ୍ଦ୍ର ଗୁପ୍ତା କହିଛନ୍ତି, ଆକ୍ସିସ୍ ବ୍ୟାଙ୍କର ରିଟେଲ ଫାଇନାନ୍ସ ସୁବିଧାକୁ ଉପସ୍ଥାପନ କରିଥିବାରୁ ଆମେ ବହୁତ ଖୁସି। ବର୍ତ୍ତମାନ ଅଲ୍ଟିଗ୍ରିନ୍ର ଗ୍ରାହକମାନେ ବ୍ୟାଙ୍କର ଆର୍ଥିକ ସମାଧାନ ସେବାକୁ ହାସଲ କରିପାରିବେ। ଆମର ଉଲ୍ଲେଖନୀୟ ବିକ୍ରି ପରବର୍ତ୍ତୀ ସେବା ଏବଂ ଆକ୍ସିସ୍ ବ୍ୟାଙ୍କର ଫାଇନାନ୍ସ ସେବାକୁ ନେଇ ଆମେ ଆମ ଗ୍ରାହକଙ୍କୁ ଉତ୍କର୍ଷ ପ୍ରଦାନ ଜାରି ରଖିବୁ। ସେହିଭଳି ଆକ୍ସିସ୍ ବ୍ୟାଙ୍କର ଗ୍ରୁପ୍ ଏକ୍ଜିକ୍ୟୁଟିଭ୍ ଓ ରିଟେଲ୍ ବ୍ୟାଙ୍କିଙ୍ଗ୍ ମୁଖ୍ୟ ସୁମିତ ବାଲି କହିଛନ୍ତି, ଅଲ୍ଟିଗ୍ରିନ୍ ସହିତ ସହଭାଗିତା ସ୍ଥାପନ କରି ଆମେ ବହୁତ ଖୁସି। ବିଶେଷ କରି ପରିବେଶ ଅନୁକୂଳ ଗମନାଗମନ ସମାଧାନର ପ୍ରସାର କରିବାର ମିଳିତ ଲକ୍ଷ୍ୟ ଆମର ରହିଛି। ଇଲେକ୍ଟ୍ରିକ୍ ଯାନ ପାଇଁ ଫାଇନାନ୍ସ ସୁବିଧା ପ୍ରଦାନ କରିବା ଉପରେ ଆମେ ଗୁରୁତ୍ୱ ଦେଉଥିବା ବେଳେ ଏହି ସହଭାଗିତା ଜରିଆରେ ଆମେ ଆମର ଇଏସ୍ଜି ପ୍ରତିବଦ୍ଧତା ଆଡ଼କୁ ଆଉ କିଛି ପାଦ ଅଗ୍ରସର ହୋଇଛୁ। ଆମେ ଅଲ୍ଟିଗ୍ରିନ୍ର ଗ୍ରାହକମାନଙ୍କୁ ଉଭୟ ପାଇକାରୀ ଓ ଖୁଚୁରା କ୍ଷେତ୍ରରେ ସୁହାଇବା ଭଳି ଆର୍ଥିକ ସମାଧାନ ପ୍ରଦାନ ଜାରି ରଖିବୁ।
ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…
ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…
ଶେୟାର ମାର୍କେଟ୍ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ
ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…
ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ
ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…
ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍ କରିପାରେ ପାକ୍…
ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…
ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…
୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍ଫୁଟ୍ରେ ଆମେରିକା
ଓ୍ବାଶିଂଟନ୍,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍ସନ୍ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…
ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…
କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…
ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା
ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…
Archives

