‘ଟଳିନି ବିପଦ, ସତର୍କ ରୁହ’

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। କେରଳ, ମହାରାଷ୍ଟ୍ର, ଛତିଶଗଡ଼, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣାରେ ସଂକ୍ରମଣ ଉପରମୁହାଁ ରହିଛି। ଏଠାରେ କରୋନାର ନୂଆ ରୂପ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ ଏହି ମହାମାରୀ ଏବେ ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ଏସବୁ ରାଜ୍ୟରୁ ପ୍ରତିଦିନ ହଜାର ହଜାର ଲୋକ ଆସୁଥିବାରୁ ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ସ୍ଥିତିକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ରାଜ୍ୟରେ ସଂକ୍ରମଣ କମିବା ପରଠୁ ଅଧିକାଂଶ ଲୋକ ଗାଇଡ୍‌ଲାଇନ୍‌ ମାନୁନାହାନ୍ତି। ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଉ ନ ଥିବାବେଳେ ଭିଡ଼ ଜମାଉଥିବା ଦେଖିବାକୁ ମିଳିଛି। ଏପରିସ୍ଥଳେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ ଓ ସଚେତନ ରହିବାକୁ ଆହ୍ବାନ ଦେଇଛନ୍ତି। ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ସହଯୋଗରେ ଓଡ଼ିଶା କରୋନା ନିୟନ୍ତ୍ରଣରେ ଆଜି ଭଲ ସ୍ଥିତିରେ ରହିଛି। ଏ ଦିଗରେ ରାଜ୍ୟ ନେଇଥିବା ପଦକ୍ଷେପକୁ ‘ହୁ’ ମଧ୍ୟ ପ୍ରଶଂସା କରିଛି। ଏବେ ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଶୂନ ସଂକ୍ରମଣ ଆମର ଲକ୍ଷ୍ୟ। ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍‌ ନୁହେଁ। ବିପଦ ଏବେ ମଧ୍ୟ ଟଳିନାହିଁ, ସତର୍କ ରୁହ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସଂକ୍ରମଣ ଏବେ ପୁନର୍ବାର ବିଭିନ୍ନ ସ୍ଥାନରେ ବଢୁଥିବା ଲକ୍ଷ୍ୟ କରାଯାଉଛି। ତେଣୁ ଯେପରି ପୂର୍ବାବସ୍ଥା ନ ଫେରେ ସେନେଇ ସମସ୍ତେ ସଜାଗ ରହିବାର ଆବଶ୍ୟକତା ଥିବା ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇ କହିଛନ୍ତି, ଦେଶର କେତେକ ରାଜ୍ୟରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ମହାରାଷ୍ଟ୍ରର କେତେକ ଅଞ୍ଚଳରେ ଲକ୍‌ଡାଉନ୍‌ ପୁଣି ଫେରିଛି। ଲକ୍‌ଡାଉନ୍‌ ସମୟର କଷ୍ଟ ଆମ ସ୍ମୃତିରେ ଏବେ ମଧ୍ୟ ତାଜା ଅଛି। ଆମ ଅର୍ଥନୀତି, ସାମାଜିକ ଜୀବନ, ପିଲାଙ୍କ ପାଠପଢ଼ା ସବୁ କ୍ଷେତ୍ରକୁ ଏହା ଗଭୀର ଭାବେ ପ୍ରଭାବିତ କରିଛି। ଆପଣମାନଙ୍କ ତ୍ୟାଗ ଓ ସହଯୋଗ ଯୋଗୁ ବର୍ତ୍ତମାନ ସ୍ବାଭାବିକ ଅବସ୍ଥା ଫେରିଛି। ଆମେ ସତର୍କ ରହିଲେ ଲକ୍‌ଡାଉନ୍‌ ଭଳି ସ୍ଥିତି ଉପୁଜିବ ନାହିଁ। ତେଣୁ ସମସ୍ତେ ପୂର୍ବଭଳି କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ବାହାରକୁ ଗଲେ ମାସ୍କ ନିଶ୍ଚୟ ପିନ୍ଧିବା। ବେକରେ ଝୁଲାଇକି ନୁହେଁ, ଠିକ୍‌ ଭାବେ ପାଟି ଓ ନାକକୁ ଘୋଡାଇ ରଖି ପିନ୍ଧିବା। ଘରକୁ ଫେରିଲେ ସାବୁନ୍‌ରେ ଭଲରେ ହାତ ଧୋଇବା ଜରୁରୀ। ମୁହଁ, ନାକ ଓ ଆଖିରେ ବାରମ୍ବାର ହାତ ମାରିବା ନାହିଁ। ସାମାଜିକ ଦୂରତ୍ୱ ରକ୍ଷାକରି ହାଟ ବଜାର ଆଦି ସ୍ଥାନକୁ ଯିବା ଓ ଅନାବଶ୍ୟକ ଭାବେ ବାହାରେ ବୁଲାବୁଲି ନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ଟିକାକରଣ ସଫଳ ଭାବେ ଚାଲିଛି। ଏ ଦିଗରେ ସମସ୍ତଙ୍କ ସହଯୋଗ କାମନା କରୁଛି। କରୋନା ବିରୋଧୀ ଲଢ଼େଇରେ ଆମେ ଆମର ବହୁ ଯୋଦ୍ଧାଙ୍କୁ ହରାଇଛୁ। ସେମାନଙ୍କ ପରିବାର ଆଖିରୁ ଏବେ ମଧ୍ୟ ଲୁହ ଶୁଖିନାହିଁ। ସେହି ଯୋଦ୍ଧାମାନଙ୍କ ବଳିଦାନକୁ ଆମେ କେବେ ହେଲେ ବ୍ୟର୍ଥ ଯିବାକୁ ଦେବା ନାହିଁ। ସତର୍କ ରହିବା ହିଁ ଶହୀଦ କରୋନା ଯୋଦ୍ଧାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ। କରୋନା ନିୟମାବଳୀର ଅନୁପାଳନକୁ କଡ଼ାକଡ଼ି ଭାବେ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନ ଓ ପୋଲିସ୍‌କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆମେ ନିଜେ ସତର୍କ ରହିବା ହିଁ ସବୁଠାରୁ ଭଲ। ଆପଣମାନଙ୍କ ଉପରେ ମୋର ପୂର୍ଣ୍ଣ ଭରସା ରହିଛି। ଆପଣମାନେ ମୋର ଅନୁରୋଧ ରକ୍ଷା କରିବେ ଓ ସତର୍କ ରହିବେ। ଆମେ ସମସ୍ତେ ମିଶି ଶୂନ ସଂକ୍ରମଣ ଲକ୍ଷ୍ୟ ହାସଲ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri