ମାଇକ୍ରୋସଫ୍ଟରେ ଯୋଗଦେବେ ଅଲ୍ଟମ୍ୟାନ

ଓ୍ବାଶିଂଟନ,୨୧।୧୧: ଓପନ୍‌ଏଆଇରୁ ବହିଷ୍କୃତ ହୋଇଥିବା ପୂର୍ବତନ ସିଇଓ ସାମ୍‌ ଅଲ୍ଟମ୍ୟାନ୍‌ ଏବଂ ପଦ ଛାଡ଼ିଥିବା ପୂର୍ବତନ ଅଧ୍ୟକ୍ଷ ଗ୍ରେଗ୍‌ ବ୍ରୋକ୍‌ମ୍ୟାନ୍‌ ମାଇକ୍ରୋସଫ୍ଟରେ ଯୋଗଦେଇ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଉପରେ ଗବେଷଣା କରୁଥିବା ନୂଆ ଟିମ୍‌ର ନେତୃତ୍ୱ ନେବେ। ମାଇକ୍ରୋସଫ୍ଟ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ତଥା ସିଇଓ ସତ୍ୟ ନାଡେଲା ସୋମବାର ଏହା ଘୋଷଣା କରିଛନ୍ତି। ଏକ୍ସ’ରେ କରିଥିବା ଏକ ପୋଷ୍ଟରେ ନାଡେଲା ଲେଖିଛନ୍ତି, ଓପନ୍‌ଏଆଇ ସହ ମାଇକ୍ରୋସଫ୍ଟର ସହଭାଗିତା ବଜାୟ ରଖିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ଆମ ଉତ୍ପାଦନର କାର୍ଯ୍ୟଯୋଜନା ଉପରେ ଆମର ଆତ୍ମବିଶ୍ୱାସ ରହିଛି। ମାଇକ୍ରୋସଫ୍ଟ ଇଗ୍‌ନାଇଟ୍‌ରେ ଆମେ ଘୋଷଣା କରିଥିବା ପ୍ରତ୍ୟେକ ଇନୋଭେଶନ ଜାରି ରଖିବୁ ଏବଂ ଆମ ଗ୍ରାହକ ଓ ପାର୍ଟନରଙ୍କୁ ସହଯୋଗ କରିବୁ ବୋଲି ନାଡେଲା କହିଛନ୍ତି। ଅଲ୍ଟମ୍ୟାନ୍‌ ଏବଂ ବ୍ରୋକ୍‌ମ୍ୟାନ୍‌ଙ୍କ ସହ ସେମାନଙ୍କ ସହକର୍ମୀମାନେ ମଧ୍ୟ ମାଇକ୍ରୋସଫ୍ଟର ଅଗ୍ରିମ ଏଆଇ ଗବେଷଣା ଟିମ୍‌ରେ ଯୋଗଦେଉଥିବାରୁ ଆମେ ଅତ୍ୟନ୍ତ ଖୁସି ବୋଲି ମାଇକ୍ରୋସଫ୍ଟ ସିଇଓ କହିଛନ୍ତି। ନେତୃତ୍ୱ ବଜାୟ ରଖିବାରେ ଅଲ୍ଟମ୍ୟାନ୍‌ଙ୍କ ସାମର୍ଥ୍ୟ ଉପରେ ବୋର୍ଡର ଭରସା ନ ଥିବାରୁ ତାଙ୍କୁ ବହିଷ୍କାର କରାଗଲା ବୋଲି ଓପନ୍‌ଏଆଇ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?