କଂସାରିଗୁଡ଼ାରେ ହେବ ଆଲୁମିନା ରିଫାଇନେରି

ଭୁବନେଶ୍ୱର,(ଅନିଲ ଦାସ)/ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା), ୬।୧୦:ରାୟଗଡ଼ା ଜିଲା କାଶୀପୁର ବ୍ଲକ କଂସାରିଗୁଡ଼ାଠାରେ ଏକ ଆଲୁମିନା ରିଫାଇନେରି ସ୍ଥାପନ ପାଇଁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଏବଂ ହିଣ୍ଡାଲ୍‌କୋ ମଧ୍ୟରେ ଗୁରୁବାର ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁରେ ଓଏମ୍‌ସି ଏମ୍‌ଡି ବଳବନ୍ତ ସିଂ ଏବଂ ହିଣ୍ଡାଲ୍‌କୋ ଏମ୍‌ଡି ସତୀଶ ପାଇ ସ୍ବାକ୍ଷର କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଏହି ଏମ୍‌ଓୟୁ ସ୍ବାକ୍ଷର ଯୋଗୁ ଶିଳ୍ପ ଅଭିବୃଦ୍ଧି ଓ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ପୂର୍ବ ଭାରତରେ ଓଡ଼ିଶାକୁ ଏକ ଶିଳ୍ପ ହବ୍‌ରେ ପରିଣତ କରିବା କେବଳ ଏକ ଅଭିଳାସ ନୁହେଁ ଏକ ମିଶନ। ଏହି ପ୍ରୟାସରେ ସମସ୍ତେ ସାମିଲ ହୋଇ ଭବିଷ୍ୟତର ସାମାଜିକ-ଅର୍ଥନୈତିକ ବିକାଶ ସହିତ ଓଡ଼ିଶାର ଚମକକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ସେ ଆହ୍ବାନ ଦେଇଛନ୍ତି। ଏହି ପ୍ରକଳ୍ପ ଶୀଘ୍ର ତ୍ୱରାନ୍ବିତ କରିବାକୁ ଏବଂ ସ୍ଥାନୀୟ ଲୋକମାନଙ୍କ ଜୀବନରେ ଏକ ଦୃଶ୍ୟମାନ ପରିବର୍ତ୍ତନ ପାଇଁ ମୁଖ୍ୟମନ୍ତ୍ରୀ ରାୟଗଡ଼ାବାସୀଙ୍କ ସହଯୋଗ କାମନା କରିଛନ୍ତି। ଓଏମ୍‌ସି ଜରିଆରେ ଶିଳ୍ପଗୁଡ଼ିକୁ ସହାୟତା କରିବାକୁ ରାଜ୍ୟ ସରକାର ଦୀର୍ଘକାଳୀନ ଖଣିଜ ନୀତି ଆଣିଛନ୍ତି। ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ମେକ୍‌ ଇନ୍‌ ଓଡ଼ିଶାର ପ୍ରୟାସ କ୍ଷେତ୍ରରେ ଏହି ଏମ୍‌ଓୟୁ ଏକ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପ୍ରକଳ୍ପ ପାଇଁ ଆଦିତ୍ୟ ବିର୍ଲା ଗ୍ରୁପ୍‌ ୮ ହଜାର କୋଟି ଟଙ୍କା ବିନିଯୋଗ କରିବ। ରିଫାଇନେରି ପ୍ରତିଷ୍ଠା ହେବା ଦ୍ୱାରା ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଲୋକଙ୍କ ସହିତ କଥାହେବା ସହ କାରଖାନା ପ୍ରତିଷ୍ଠା ଦିଗରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ଜମି ଅଧିଗ୍ରହଣ ହେବାର ଦୀର୍ଘ ୧୭ବର୍ଷ ପରେ ଏବେ କାରଖାନା ସ୍ଥାପନ ପାଇଁ ବାଟ ଖୋଲିଥିବାରୁ ଲୋକଙ୍କ ମନରେ ଉତ୍ସାହ ସୃଷ୍ଟି ହୋଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ଶିଳ୍ପ ପାଇଁ ଲୋକମାନଙ୍କ ଅଂଶୀଦାର ଅତ୍ୟନ୍ତ ଆବଶ୍ୟକ। ଖଣି ସମୃଦ୍ଧ ଅଞ୍ଚଳର ଆଦିବାସୀମାନଙ୍କ ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ।
ଏହି କାର୍ଯ୍ୟକ୍ରମରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ଗତ କିଛି ଦଶନ୍ଧି ଧରି ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ବିକଶିତ ହୋଇଛି। ଆଗାମୀ ଦିନରେ ଓଡ଼ିଶା ସରକାର ଓ ହିଣ୍ଡାଲ୍‌କୋର ମିଳିତ ସହଭାଗିତା ସାମଗ୍ରିକ ବିକାଶ ପାଇଁ ଏକ ଉଦାହରଣ ସୃଷ୍ଟି କରିବ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ ଉପସ୍ଥିତ ଥିଲେ। ଖଣି ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ଇଡ୍‌କୋ ଏମ୍‌ଡି ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜ୍ୟ ସରକାର ଏବଂ ହିଣ୍ଡାଲ୍‌କୋର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ବ୍ଲକ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଭିଡିଓ କନ୍‌ଫରେନ୍ସରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ବିସ୍ଥାପିତ ଓ ପ୍ରଭାବିତ ଅଞ୍ଚଳବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?