ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଦିଲୀପ କୁମାର ପ୍ରଧାନ କାର୍ଯ୍ୟକ୍ରମକୁ ଉଦ୍‌ାଟନ କରିଥିଲେ।
ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହାବିଦ୍ୟାଳୟର ପୁରାତନ ଛାତ୍ରୀମାନଙ୍କୁ ଏକ ଦୃଢ଼ ନେଟୱର୍କରେ ଯୋଡ଼ିବା ଏବଂ କଲେଜର ବିକାଶରେ ସେମାନଙ୍କ ସକ୍ରିୟ ସହଯୋଗ ନେବା। ଏହା ସହିତ ଛାତ୍ରୀମାନଙ୍କ କ୍ୟାରିୟର ମାର୍ଗଦର୍ଶନ ଓ ବିଭିନ୍ନ ଶିକ୍ଷାମୂଳକ କାର୍ଯ୍ୟକ୍ରମକୁ ଆଲୁମିନିମାନଙ୍କ ସହଯୋଗରେ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟ ରହିଛି।

କାର୍ଯ୍ୟକ୍ରମରେ ଆଲୁମିନି ରିଲେସନସିପ ସେଲ୍‌ର ପ୍ରମୁଖ ସଦସ୍ୟା ପ୍ରାଧ୍ୟାପିକା ଉର୍ମିଳା ପାଟ୍ଟଯୋଶୀ, ଅଧ୍ୟାପିକା ତଥା AGACPS ସଂଯୋଜିକା, ସାଗରିକା ବିଷୋୟୀ, ଅଧ୍ୟାପିକା ତଥା ପ୍ଲେସମେଣ୍ଟ ଅଫିସର ମୋନାଲିସା ସାହୁ, କ୍ୟାରିୟର କାଉନ୍ସେଲିଂ ଅଫିସର ସୁରଜ ଶାସମଲ, ଅଧ୍ୟାପିକା ମିସ ରଶ୍ମିତା ବେହେରା, ଡ. ହେମଲତା ଭୋଇ, ସସ୍ମିତା ମିଶ୍ର, ସିମ୍ରନ ଦାସ ପ୍ରମୁଖ ଯୋଗ ଦେଇଥିଲେ।
କାର୍ଯ୍ୟକ୍ରମର ସଂଯୋଜିକା ସାଗରିକା ବିଷୋୟୀ ଅଭିଯାନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଆଲୁମିନି ଆସୋସିଏସନ୍‌ର ପ୍ରମୁଖ ଅଧ୍ୟାପିକା ସନ୍ଧ୍ୟାରାଣୀ ପ୍ରଧାନ ନିଜର ମତ ରଖିଥିଲେ। ଉପସ୍ଥିତ ଆଲୁମିନିମାନେ ମଧ୍ୟ ନିଜର ମତାମତ ଦେବା ସହ ଆଲୁମିନି ଆସୋସିଏସନ୍‌ରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ଓ ମହାବିଦ୍ୟାଳୟର ବିକାଶରେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଅଧ୍ୟାପିକା ଡ. ହେମଲତା ଭୋଇ ଧନ୍ୟବାଦ ପ୍ରଦାନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?