Posted inରାଜ୍ୟ

ସାମାଜିକ କର୍ମୀ ଭାବେ କାର୍ଯ୍ୟ କରିବେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ବିକାଶ ପାଇଁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ କାର୍ଯ୍ୟକରିବେ ‘ମୋ ସ୍କୁଲ୍‌’ ଦ୍ୱାରା ମନୋନୀତ ସ୍ବତନ୍ତ୍ର ସାମାଜିକ କର୍ମୀ। ପିଲାଙ୍କ ପାଠପଢ଼ା ଓ ବୌଦ୍ଧିକ ବିକାଶ ପାଇଁ ଏହି ସାମାଜିକକର୍ମୀ ସ୍ବତନ୍ତ୍ର ଗୁରୁତ୍ୱ ଦେବେ। ଏଥିଲାଗି ‘ମୋ ସ୍କୁଲ୍‌ ଅଭିଯାନ’ର ବରିଷ୍ଠ ଅଧିକାରୀମାନେ ୨୦ଟି ଜିଲା ଗସ୍ତ କରି ୬୯ଟି ବ୍ଲକ୍‌ରେ ପୁରାତନ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବରେ କାର୍ଯ୍ୟ କରିବାକୁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ ସାମାଜିକ କର୍ମୀଙ୍କ ଦକ୍ଷତା ବିକାଶ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ଖରାଛୁଟି ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ର ୩୩ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ବୁଧବାର ଭର୍ଚୁଆଲରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଆର୍ଥିକ ସ୍ବଚ୍ଛତା ବଜାୟ ରଖିବାକୁ ପିଏଫ୍‌ଏମ୍‌ଏସ୍‌ ଏବଂ ଏସ୍‌ଏନ୍‌ଏ ଭଳି ମନିଟରିଂ ସିଷ୍ଟମ୍‌ର ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଓଡ଼ିଶାର ୨୭ଟି ଜିଲାର ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ମାସକ ମଧ୍ୟରେ ୧୮ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ିହୋଇ ନିଜ ବିଦ୍ୟାଳୟର ବିକାଶ ପାଇଁ ୬ କୋଟି ୪୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍‌ ଅଭିଯାନକୁ ୩୬ କୋଟି ୨୪ ଲକ୍ଷ ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି। ବୌଦ୍ଧ ଜିଲାର ସମସ୍ତ ସ୍କୁଲ୍‌ ‘ମୋ ସ୍କୁଲ୍‌ ଅଭିଯାନ’ରେ ଅନ୍ତର୍ଭୁକ୍ତ ହୋଇଛି। ପୂର୍ବରୁ ଅନୁଗୋଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟ ‘ମୋ ସ୍କୁଲ୍‌’ ସହ ଯୋଡ଼ି ହୋଇଥିଲା। ବୈଠକରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ପ୍ରତାପ କୁମାର ମିଶ୍ର, ନିର୍ଦ୍ଦେଶକ ଏବଂ ମୋ ସ୍କୁଲ୍‌ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ପ୍ରବୀର କୁମାର ଖିଲାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri