Posted inରାଜ୍ୟ

ସାମାଜିକ କର୍ମୀ ଭାବେ କାର୍ଯ୍ୟ କରିବେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ସର୍ବାଙ୍ଗୀନ ବିକାଶ ପାଇଁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ କାର୍ଯ୍ୟକରିବେ ‘ମୋ ସ୍କୁଲ୍‌’ ଦ୍ୱାରା ମନୋନୀତ ସ୍ବତନ୍ତ୍ର ସାମାଜିକ କର୍ମୀ। ପିଲାଙ୍କ ପାଠପଢ଼ା ଓ ବୌଦ୍ଧିକ ବିକାଶ ପାଇଁ ଏହି ସାମାଜିକକର୍ମୀ ସ୍ବତନ୍ତ୍ର ଗୁରୁତ୍ୱ ଦେବେ। ଏଥିଲାଗି ‘ମୋ ସ୍କୁଲ୍‌ ଅଭିଯାନ’ର ବରିଷ୍ଠ ଅଧିକାରୀମାନେ ୨୦ଟି ଜିଲା ଗସ୍ତ କରି ୬୯ଟି ବ୍ଲକ୍‌ରେ ପୁରାତନ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବରେ କାର୍ଯ୍ୟ କରିବାକୁ ସ୍କୁଲ୍‌ ଓ ବ୍ଲକ୍‌ସ୍ତରରେ ସାମାଜିକ କର୍ମୀଙ୍କ ଦକ୍ଷତା ବିକାଶ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ଖରାଛୁଟି ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ‘ମୋ ସ୍କୁଲ୍‌ ଅଭିଯାନ’ର ୩୩ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ବୁଧବାର ଭର୍ଚୁଆଲରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଆର୍ଥିକ ସ୍ବଚ୍ଛତା ବଜାୟ ରଖିବାକୁ ପିଏଫ୍‌ଏମ୍‌ଏସ୍‌ ଏବଂ ଏସ୍‌ଏନ୍‌ଏ ଭଳି ମନିଟରିଂ ସିଷ୍ଟମ୍‌ର ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଓଡ଼ିଶାର ୨୭ଟି ଜିଲାର ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ମାସକ ମଧ୍ୟରେ ୧୮ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍‌ ଅଭିଯାନ’ ସହ ଯୋଡ଼ିହୋଇ ନିଜ ବିଦ୍ୟାଳୟର ବିକାଶ ପାଇଁ ୬ କୋଟି ୪୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍‌ ଅଭିଯାନକୁ ୩୬ କୋଟି ୨୪ ଲକ୍ଷ ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି। ବୌଦ୍ଧ ଜିଲାର ସମସ୍ତ ସ୍କୁଲ୍‌ ‘ମୋ ସ୍କୁଲ୍‌ ଅଭିଯାନ’ରେ ଅନ୍ତର୍ଭୁକ୍ତ ହୋଇଛି। ପୂର୍ବରୁ ଅନୁଗୋଳ ଜିଲାର ସମସ୍ତ ଉଚ୍ଚ ବିଦ୍ୟାଳୟ ‘ମୋ ସ୍କୁଲ୍‌’ ସହ ଯୋଡ଼ି ହୋଇଥିଲା। ବୈଠକରେ ‘ମୋ ସ୍କୁଲ୍‌’ ସଦସ୍ୟ ସଚିବ ତଥା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ପ୍ରତାପ କୁମାର ମିଶ୍ର, ନିର୍ଦ୍ଦେଶକ ଏବଂ ମୋ ସ୍କୁଲ୍‌ ଅଭିଯାନ ଭାରପ୍ରାପ୍ତ ଅଧିକାରୀ ପ୍ରବୀର କୁମାର ଖିଲାର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri