Posted inଜାତୀୟ

ମୁଁ ବିଶ୍ୱର ସବୁଠୁ ଭଲ ଆତଙ୍କବାଦୀ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧୮।୨: ଆମ ଆଦମୀ ପାର୍ଟି(ଏଏପି) ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କୁମାର ବିଶ୍ୱାସଙ୍କ ଅଭିଯୋଗ ଉପରେ ମୁହଁ ଖୋଲିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, କୁମାର ବିଶ୍ୱାସ ଜଣେ ହାସ୍ୟ କବି, ସେ କିଛି କହିପାରିବେ, ଯାହାକୁ ମୋଦୀଜୀ ଏବଂ ରାହୁଲଜୀ ଗୁରୁତର ସହ ନେଇଛନ୍ତି। କୁମାର ହୁଏତ ଏକ ହାସ୍ୟ କବିତା କହିଥିବେ। ଯଦି ମୁଁ ୧୦ ବର୍ଷ ହେବ ଭାରତକୁ ଦୁଇ ଭାଗରେ ବିଭକ୍ତ କରିବାକୁ ଯୋଜନା କରୁଛି, ମୁଁ ଜଣେ ଆତଙ୍କବାଦୀ ତେବେ ସରକାର ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇ ନାହାଁନ୍ତି କାହିଁକି? ଏଭଳି ଅଭିଯୋଗ ହାସ୍ୟାସ୍ପଦ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ନିଶ୍ଚୟ ଦୁନିଆର ଭଲ ଆତଙ୍କବାଦୀ, ଯିଏ କି ଲୋକଙ୍କୁ ସ୍କୁଲ, ଡାକ୍ତରଖାନା, ବିଦ୍ୟୁତ, ସଡକ, ଜଳ ଯୋଗାଉଛି। ୧୦ ବର୍ଷ କଂଗ୍ରେସ ସରକାର ଥିଲା ଏବଂ ଗତ ୭ ବର୍ଷ ହେବ ଭାଜପା ସରକାର ଅଛି। ଯଦି ମୁଁ ଏତେ ବଡ ଆତଙ୍କବାଦୀ ଯୋଜନା କରୁଛନ୍ତି, ତେବେ ଏହି ସରକାରମାନେ ଶୋଇଥିଲେ କି? କାହିଁକି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା ବୋଲି କେଜ୍‌ରିଓ୍ବାଲ୍‌ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ଏଏପିର ପୂର୍ବତନ ନେତା କୁମାର ବିଶ୍ୱାସ ପ୍ରକାଶ କରିଛନ୍ତି ଯେ, ଅରବିନ୍ଦ କେଜ୍‌ରିୱାଲ ଜଣେ ବିଚ୍ଛିନ୍ନତାବାଦୀ ସମର୍ଥକ। ତାଙ୍କ ସ୍ବପ୍ନ ହେଉଛି ଯେକୌଣସି ଉପାୟରେ ପଞ୍ଜାବର ଶକ୍ତି ହାସଲ କରିବା। କେଜ୍‌ରିୱାଲ ମୋତେ ଥରେ କହିଥିଲେ ଯେ ମୁଁ ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି କିମ୍ବା ମୁଁ ଖଲିସ୍ତାନର ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛି।
ନିକଟରେ ଆବୋହରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ଆମ ଆଦମୀ ଦଳର ନେତା କୁମାର ବିଶ୍ୱାଙ୍କ ଅଭିଯୋଗ ଉପରେ କେଜ୍‌ରିଓ୍ବାଲଙ୍କୁ ଘେରି ଥିଲେ। ତାଙ୍କ ଉଦ୍ଦେଶ୍ୟ ଅଧିକ ବିପଜ୍ଜନକ ବୋଲି ମୋଦି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri