ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି ଦିବ୍ୟାଙ୍ଗ ଓ ବିଭିନ୍ନ ଭତ୍ତା ହିତାଧିକାରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏପରିକି ଅନେକ ସ୍ଥାନରେ ଲୋକେ ସାଧାରଣତଃ ଭତ୍ତା ପାଇଁ ଅଯଥାରେ ଖର୍ଚ୍ଚାନ୍ତ ହେବାକୁ ପଡୁଥିଲା ତେଣୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ସୁବିଧା ଦୃଷ୍ଟି କୋଣରୁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସିଏସପି ପ୍ଲସ ନାଁରେ “ଆମ ବ୍ୟାଙ୍କ ଯୋଜନା”ର ଶୁଭାରମ୍ଭ ହୋଇଛି। ଯଦ୍ୱାରା ଗ୍ରାମାଞ୍ଚଳରେ ଥିବା ଲୋକେ ନିଜ ହାତ ପାହାନ୍ତରେ ଏହି ବ୍ୟାଙ୍କ ସେବା ପାଇପାରିବେ। ଏହି ଅବସରରେ ଆଜି ସ୍ଥାନୀୟ ଗୋଳବାଇ ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସେବା ଯୋଗାଇ ଦିଆଯିବା ସହ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଉଦଘାଟନ କରିଥିଲେ।ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ବିଡ଼ିଓ କ୍ଷୀରବ୍ଧି ତନୟା ସାହୁ, ଖୋର୍ଦ୍ଧା ବ୍ଲକ ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ, ଗୋଳବାଇ ସରପଞ୍ଚ ମଧୁସ୍ମିତା ପଲେଇ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ସ୍ଥାନୀୟ ବ୍ୟାଙ୍କ ଶାଖା ପରିଚାଳକ ପଦ୍ମନାଭ ସାହୁ ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଶହ ଶହ ସଂଖ୍ୟାରେ ସ୍ଥାନୀୟଲୋକ ଉପସ୍ଥିତ ଥିଲେ। ଶେଷରେ ସ୍ଥାନୀୟ ଶିଶୁ କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri