ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ଉଦ୍‌ଘାଟନୀ ସମାରୋହରେ ମାନ୍ୟବର ଜିଲାପାଳ ବିଶାଲ ସିଂ, ଅରକ୍ଷୀ ଅଧିକାରୀ, ନୀତିନ କୁଶଲକର, ଜିଲା ବନଖଣ୍ଡ ଅଧିକାରୀ, ଧନରାଜ ଏଚ୍‌ ଜିଲା ସମାଜ କଲ୍ୟାଣ ଅଧିକାରୀ ମିତା ନାଏକ ଓ ମହିଳା ଶିଶୁ ବିକାଶ ବିଭାଗର ଅଧିକାରୀଗଣ ଉପସ୍ଥିତ ରହିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମସ୍ତ ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀମାନେ ସେମାନଙ୍କ ଶିଶୁମାନଙ୍କର ଉପଯୁକ୍ତ ଯତ୍ନ ଓ ଲାଳନ ପାଳନ ଦିଗରେ ଏହି କ୍ରେଚ ସହାୟକ ହେବ ବୋଲି ଅତିଥିମାନେ ଆଶାବ୍ୟକ୍ତ କରିଥିଲେ। ମହିଳା କର୍ମଚାରୀମାନେ ନିର୍ଦ୍ୱନ୍ଦ୍ୱରେ ସେମାନଙ୍କର ଶିଶୁମାନଙ୍କୁ ଉପଯୁକ୍ତ ଯତ୍ନ ଓ ସେବା ନିମନ୍ତେ ଛାଡିପାରିବେ ଓ ଉଭୟ ମା ଓ କର୍ମଚାରୀର ଦାୟିତ୍ୱ ସୁଚାରୁରୂପେ ନିର୍ବାହ କରିପାରିବେ। ଉକ୍ତ କ୍ରେଚରେ ୧୦ରୁ ଅଧିକ ଶିଶୁ ଲାଭବାନ ହେବ ସହିତ ସେମାନଙ୍କର ଉପଯୁକ୍ତ ସେବା ଓ ଯତ୍ନ ନିଆଯିବାର ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ଉକ୍ତ କଳିକା କେନ୍ଦ୍ରରେ ୬ ମାସରୁ ୬ ବର୍ଷର ଶିଶୁମାନେ ନିର୍ଦ୍ୱନ୍ଦ୍ୱରେ ରହିବା ସହିତ ସେମାନଙ୍କର ଶାରୀରିକ, ମାନସିକ, ବୌଦ୍ଧିକ ବିକାଶକୁ ସୁନିଶ୍ଚିତ କରିବା ନିମନ୍ତେ ସତନ୍ତ୍ର ତାଲିମପ୍ରାପ୍ତ ଦିଦିମାନଙ୍କୁ ନିୟୋଜିତ କରାଯାଇଛି। ଉକ୍ତ କେନ୍ଦ୍ରରେ ପିଲାମାନଙ୍କ ମନୋରଞ୍ଜନ ନିମନ୍ତେ ଉନ୍ନତମାନର ଖେଳଣା ଉପଳବ୍ଧ କରାଯାଇଛି। ଉକ୍ତ କେନ୍ଦ୍ର ସମସ୍ତ କାର୍ଯ୍ୟ ଦିବସରେ ସକାଳ ୯:୩୦ ମିନିଟରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଥିବା ସମସ୍ତ ବିଭାଗର ମହିଳାମାନେ ଉକ୍ତ ସୁବିଧାକୁ ନେଇ ପାରିବେ। ଏହା ଜିଲା ସମାଜ କଲ୍ୟାଣ ବିଭାଗ ଅଧୀନରେ ପରିଚାଳିତ ହେବ। ଇଚ୍ଛୁକ କର୍ମଚାରୀମାନେ ଜିଲା ସମାଜ କଲ୍ୟାଣ ବିଭାଗରୁ ସମ୍ପୂର୍ଣ୍ଣ ଓ ଅଧିକ ତଥ୍ୟ ପାଇଁ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri