ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ଉଦ୍‌ଘାଟନୀ ସମାରୋହରେ ମାନ୍ୟବର ଜିଲାପାଳ ବିଶାଲ ସିଂ, ଅରକ୍ଷୀ ଅଧିକାରୀ, ନୀତିନ କୁଶଲକର, ଜିଲା ବନଖଣ୍ଡ ଅଧିକାରୀ, ଧନରାଜ ଏଚ୍‌ ଜିଲା ସମାଜ କଲ୍ୟାଣ ଅଧିକାରୀ ମିତା ନାଏକ ଓ ମହିଳା ଶିଶୁ ବିକାଶ ବିଭାଗର ଅଧିକାରୀଗଣ ଉପସ୍ଥିତ ରହିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମସ୍ତ ବିଭାଗରେ କାର୍ଯ୍ୟରତ ମହିଳା କର୍ମଚାରୀମାନେ ସେମାନଙ୍କ ଶିଶୁମାନଙ୍କର ଉପଯୁକ୍ତ ଯତ୍ନ ଓ ଲାଳନ ପାଳନ ଦିଗରେ ଏହି କ୍ରେଚ ସହାୟକ ହେବ ବୋଲି ଅତିଥିମାନେ ଆଶାବ୍ୟକ୍ତ କରିଥିଲେ। ମହିଳା କର୍ମଚାରୀମାନେ ନିର୍ଦ୍ୱନ୍ଦ୍ୱରେ ସେମାନଙ୍କର ଶିଶୁମାନଙ୍କୁ ଉପଯୁକ୍ତ ଯତ୍ନ ଓ ସେବା ନିମନ୍ତେ ଛାଡିପାରିବେ ଓ ଉଭୟ ମା ଓ କର୍ମଚାରୀର ଦାୟିତ୍ୱ ସୁଚାରୁରୂପେ ନିର୍ବାହ କରିପାରିବେ। ଉକ୍ତ କ୍ରେଚରେ ୧୦ରୁ ଅଧିକ ଶିଶୁ ଲାଭବାନ ହେବ ସହିତ ସେମାନଙ୍କର ଉପଯୁକ୍ତ ସେବା ଓ ଯତ୍ନ ନିଆଯିବାର ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ଉକ୍ତ କଳିକା କେନ୍ଦ୍ରରେ ୬ ମାସରୁ ୬ ବର୍ଷର ଶିଶୁମାନେ ନିର୍ଦ୍ୱନ୍ଦ୍ୱରେ ରହିବା ସହିତ ସେମାନଙ୍କର ଶାରୀରିକ, ମାନସିକ, ବୌଦ୍ଧିକ ବିକାଶକୁ ସୁନିଶ୍ଚିତ କରିବା ନିମନ୍ତେ ସତନ୍ତ୍ର ତାଲିମପ୍ରାପ୍ତ ଦିଦିମାନଙ୍କୁ ନିୟୋଜିତ କରାଯାଇଛି। ଉକ୍ତ କେନ୍ଦ୍ରରେ ପିଲାମାନଙ୍କ ମନୋରଞ୍ଜନ ନିମନ୍ତେ ଉନ୍ନତମାନର ଖେଳଣା ଉପଳବ୍ଧ କରାଯାଇଛି। ଉକ୍ତ କେନ୍ଦ୍ର ସମସ୍ତ କାର୍ଯ୍ୟ ଦିବସରେ ସକାଳ ୯:୩୦ ମିନିଟରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଥିବା ସମସ୍ତ ବିଭାଗର ମହିଳାମାନେ ଉକ୍ତ ସୁବିଧାକୁ ନେଇ ପାରିବେ। ଏହା ଜିଲା ସମାଜ କଲ୍ୟାଣ ବିଭାଗ ଅଧୀନରେ ପରିଚାଳିତ ହେବ। ଇଚ୍ଛୁକ କର୍ମଚାରୀମାନେ ଜିଲା ସମାଜ କଲ୍ୟାଣ ବିଭାଗରୁ ସମ୍ପୂର୍ଣ୍ଣ ଓ ଅଧିକ ତଥ୍ୟ ପାଇଁ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri