ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସରପଞ୍ଚଙ୍କ ବର୍ଜନ

ଦାରିଙ୍ଗବାଡି,୬।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ସୋମବାର ଆୟୋଜିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ବର୍ଜନ କରିଛନ୍ତି। ଏହାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।

କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ୨୫ ପଞ୍ଚାୟତ ପାଇଁ ରାଜ୍ୟ ସରକାର ୧୨.୫୦ ଲକ୍ଷ ଟଙ୍କା ଅନୁଦାନ ଘୋଷଣା କରିଥିବା ବେଳେ ଏହି ସମ୍ପର୍କରେ ସରପଞ୍ଚଙ୍କୁ ନ ଜଣାଇ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କାର୍ଯ୍ୟ କରାଯାଉଥିବା ସରପଞ୍ଚମାନେ ଅଭିଯୋଗ କରିଛନ୍ତି।

ଜନପ୍ରତିନିଧିଙ୍କ ଅଭିଯୋଗ ମୁତାବକ, ରାଜ୍ୟ ସରପଞ୍ଚ ସଙ୍ଘ ପକ୍ଷରୁ ସେପ୍ଟେମ୍ବର ୧୫ ତାରିଖରେ ୧୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ଜଣାଇଥିଲେ। ତାହା ପୂରଣ ହୋଇପାରି ନାହିଁ। ଫଳରେ କାର୍ଯ୍ୟକ୍ରମ ବର୍ଜନ କଲୁ ବୋଲି ଦାରିଙ୍ଗବାଡି ବ୍ଲକ ସରପଞ୍ଚ ସଙ୍ଘ ସଦସ୍ୟ ତଥା ବୁଡ଼ାଗୁଡା ସରପଞ୍ଚ ତାତୁରା ପ୍ରଧାନ, କିରିକୁଟି ସରପଞ୍ଚ ଅଶୋକ ପ୍ରଧାନ, ଦାରିଙ୍ଗବାଡି ସରପଞ୍ଚ ଚନ୍ଦ୍ରିକା ମଲିକ, ବାଡାବାଙ୍ଗା ସରପଞ୍ଚ ପ୍ରସନ୍ନ ପ୍ରଧାନ ପ୍ରମୁଖ ପ୍ରକାଶ କରିଛନ୍ତି। ଏନେଇ ସରପଞ୍ଚଙ୍କ ପକ୍ଷରୁ ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ରଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି। ଏନେଇ ବିଡ଼ିଓ ପାତ୍ରଙ୍କୁ ପଚାରିବାରୁ ସେ କୌଣସି ପ୍ରତିକ୍ରିୟା ଦେବାକୁ ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri