‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଗୁରୁବାର ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ପାଇବେ। ବିକାଶକୁ ଏବେ ଦେଖି ହେଉଛି, ଅନୁଭବ ବି କରି ହେଉଛି, ଗଞ୍ଜାମ ସାରା ଭାରତବର୍ଷକୁ ବିକାଶର ରାସ୍ତାରେ ପ୍ରେରିତ କରିଛି, ଗଞ୍ଜାମ ଜିଲା ସାରା ଦେଶରେ ଏକ ନମ୍ବର, ହିଞ୍ଜିଳି ବ୍ଲକ ମଧ୍ୟ ସାରା ଦେଶରେ ଏକ ନମ୍ବର, ଭାରତ ସରକାରଙ୍କଠାରୁ ମିଳିଛି ପୁରସ୍କାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ଦୁଇଟି ଜିଲାର ୭୬ଟି ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୧୮୧.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଅନେକ ମଠ, ମନ୍ଦିର, ଶିକ୍ଷାନୁଷ୍ଠାନ, ପର୍ଯ୍ୟଟନ କ୍ଷେତ୍ର, ସୋରଡ଼ା ଜଳଭଣ୍ଡାର ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ହୋଇ ଖୁବ୍‌ଶୀଘ୍ର ପଟ୍ଟା ମିଳିବ।

ଏଥିପାଇଁ ଗଞ୍ଜାମ ଜିଲାର ନିର୍ବାଚନମଣ୍ଡଳୀକୁ ମିଳିଛି ୨୫୧.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀଗୁଡ଼ଇକ ହେଲା ଭଞ୍ଜନଗର, ଛତ୍ରପୁର, ଖଲିକୋଟ, ଦିଗପହଣ୍ଡି, ସୋରଡ଼ା, ସାନଖେମୁଣ୍ଡି, ଗୋପାଳପୁର, ଆସ୍କା, ଚିକିଟି, ହିଞ୍ଜିଳିକାଟୁ, ପୋଲସରା ଓ କବିସୂର୍ଯ୍ୟନଗର।

ଏହିସବୁ ନିର୍ବାଚନମଣ୍ଡଳୀର ୨୨ଟି ବ୍ଲକର ୫୦୩ଟି ପଞ୍ଚାୟତରେ ୫୭୦୬ଟି ପ୍ରକଳ୍ପ ହେବ। ସେହିପରି ସୁବର୍ଣ୍ଣପୁର ଜିଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୫୪.୫୦କୋଟି ଟଙ୍କା ମଞ୍ଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ହେଲା ସୁବର୍ଣ୍ଣପୁର ଓ ବୀରମହାରାଜପୁର। ଏଥିରେ ୬ଟି ବ୍ଲକର ୧୦୯ଟି ପଞ୍ଚାୟତରେ ୧୪୧୯ଟି ପ୍ରକଳ୍ପ କରାଯିବ। ଆଜିର କାର୍ଯ୍ୟକ୍ରମ ପାଇଁ ଗଞ୍ଜାମ ଜିଲାର ୧୨ଟି ଓ ସୁବର୍ଣ୍ଣପୁର ଜିଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। କେବଳ ଗଞ୍ଜାମ ଜିଲାରେ ୧ ଲକ୍ଷରୁ ଅଧିକ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri