ରାଜରାସ୍ତାରେ ଗର୍ଜିଲେ ଅମଲା

ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲେବୁଲ ୯ ଗ୍ରେଡ ପେ ୪୨୦୦ ଟଙ୍କା ଦାବିରେ ଏହି ବିକ୍ଷୋଭ କରାଯାଇଥିଲା। ୨୦୧୭ରୁ ରାଜ୍ୟ ସରକାର ସ୍ନାତକ ଯୋଗ୍ୟତାକୁ ଗ୍ରହଣ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମାଟ୍ରିକ ଯୋଗ୍ୟତାରେ ଦରମା ପ୍ରଦାନ କରାଯାଉଛି। ଏ ସଂକ୍ରାନ୍ତରେ ଅମଲାମାନଙ୍କ ପକ୍ଷରୁ ବହୁବାର ଦାବି ସତ୍ତ୍ୱେ ରାଜ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ କରୁ ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ମିଳିତ ଅମଲା ମଞ୍ଚ ପକ୍ଷରୁ କୁହାଯାଇଛି। ଯେ କୌଣସି ଜରୁରିକାଳୀନ ପରିସ୍ଥିତିରେ ଅମଲାମାନେ ନିଜର ଦାୟିତ୍ୱକୁ ସୂଚାରୁ ରୂପେ ସମ୍ପାଦନ କରିଥିଲା ବେଳେ ସେମାନଙ୍କର ନ୍ୟାଯ୍ୟ ଦାବି ପ୍ରତି ସରକାର ଉଦାସୀନତା ପ୍ରଦର୍ଶନ କରିବା ଦୁଃଖ ପରିତାପର ବିଷୟ ବୋଲି ଅମଲାମାନେ କହିଛନ୍ତି।

ସରକାର ଦାବିଗୁଡ଼ିକ ପୂରଣ ନ କଲେ ଆଗାୀ ଦିନରେ ଅମଲାମାନେ କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କରିବେ। ଏହା ସତ୍ତ୍ୱେ ପଦକ୍ଷେପ ନ ନିଆଯିବ ତେବେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ ବିଭୂତି ଭୂଷଣ ପଟ୍ଟନାୟକ ଓ ଆବାହକ ଅରୁଣ ବଳିୟାର ସିଂହ ଚେତାବନୀ ଦେଇଛନ୍ତି। ସକାଳ ୯ଟାରେ ଅମଲାମାନେ ବସ୍‌ଷାଣ୍ଡ ଟ୍ରାଫିକ ଛକ ନିକଟସ୍ଥ ହନୁମାନ ମନ୍ଦିର ସମ୍ମୁଖରୁ ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ସ୍ଲୋଗାନ ଦେଇ ଜିଲା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri