ଥାନାର ଦ୍ୱାରସ୍ଥ ହେଲେ ଅମଲା ସଂଘ ସଦସ୍ୟ

ଜୟପୁର,୧୬।୫(ନି.ପ୍ର.): କୋରାପୁଟ ଜିଲା ଅମଲା ସଂଘ ସଦସ୍ୟମାନେ ରବିବାର କୋରାପୁଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସଂଘର ପୁରୁଣା ସଭାପତି ଓ ସମ୍ପାଦକ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବା ନେଇ ଅଭିଯୋଗ ହୋଇଛି।
ସୂଚନାନୁଯାୟୀ, କୋରାପୁଟ ଜିଲା ଅମଲା ସଂଘ ପୁରୁଣା କମିଟିର କାର୍ଯ୍ୟକାଳ ୨୦୧୮ରୁ ସରିଯାଇଛି। ରାଜ୍ୟ ସଂଘ ପୁରୁଣା କମିଟିକୁ ବିଘଟନ କରି ସେହି ସ୍ଥାନରେ ନୂତନ କମିଟିକୁ ଅନୁମୋଦନ କରିଥିଲେ। ଏହି ଅନୁମୋଦିତ ପତ୍ରର ନକଲ କୋରାପୁଟ ଜିଲାପାଳ, ଏସ୍‌ପି, ଗୃହ ଶାସନ ସଚିବ ଓ ନୂତନ କମିଟି ସମ୍ପାଦକ ଶଶୀଭୂଷଣ ଦାଶଙ୍କ ନିକଟକୁ ପଠାଯାଇଥିଲା। ଏଥିସହ ସଂଘ ବିରୋଧୀ କାର୍ଯ୍ୟ ପାଇଁ ସଂଘର ପୂର୍ବତନ ସଭାପତି ଓ ସମ୍ପାଦକଙ୍କୁ ସଂଘର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଥିଲା। ନୂତନ କମିଟିକୁ ତୁରନ୍ତ ଦାୟିତ୍ୱ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ କମିଟି ପକ୍ଷରୁ ମଧ୍ୟ ପୂର୍ବତନ ସମ୍ପାଦକଙ୍କୁ ଦାୟିତ୍ୱ ହସ୍ତାନ୍ତର ନିମନ୍ତେ ବାରମ୍ବାର ଅନୁରୋଧ କରାଯାଇଥିଲା। କିନ୍ତୁ ସେ ଦାୟିତ୍ୱ ହସ୍ତାନ୍ତର କରୁନାହାନ୍ତି। ୧୫ ତାରିଖ ରବିବାର ଦିନ ୧୦ଟାରେ ସମସ୍ତ ଅମଲାଙ୍କ ଉପସ୍ଥିତିରେ ଦାୟିତ୍ୱ ହସ୍ତାନ୍ତର କରିବେ ଓ ତା’ପରେ ଏକ ବୈଠକ ଅନୁଷ୍ଠିତ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତି ଅନୁଯାୟୀ, ରବିବାର ଶତାଧିକ ଅମଲା ଆସିଥିଲେ। କିନ୍ତୁ ପୂର୍ବତନ ସମ୍ପାଦକ କିମ୍ବା ଅମଲା ସଂଘ ପୁରାତନ କମିଟିର ଜଣେ ବି ସଦସ୍ୟ ଆସି ନ ଥିଲେ। ଫଳରେ ଅମଲାମାନେ ଦିନ ୧୨ଟା ପର୍ଯ୍ୟନ୍ତ ଅପେକ୍ଷା କରି ପ୍ରଚଣ୍ଡ ଖରାରେ ରାଜରାସ୍ତାରେ ବୈଠକ କରିଥିଲେ। ଶେଷରେ ସେମାନେ କୋରାପୁଟ ଥାନାର ଦ୍ବାରସ୍ଥ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri