Posted inଖେଳ

ଅମନ ଗୁପ୍ତା କ୍ୱାର୍ଟରଫାଇନାଲରେ

ଓରେଗନ୍‌ (ୟୁଏସ୍‌ଏ), ୧୫ା୮ (ପି.ଟି.)-ୟୁଏସ୍‌ ଆମେଚର ଗଲ୍ଫ ଟୁର୍ନାମେଣ୍ଟରେ ଭାରତୀୟ ବଂଶୋଦ୍ଭବ ଆମେରିକୀୟ ଅମନ ଗୁପ୍ତା ତାଙ୍କର ଉଭୟ ମ୍ୟାଚ ଜିତି କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଅନ୍ୟତମ ଏହି ସମ୍ମାନଜନକ ଆମେଚର ଟୁର୍ନାମେଣ୍ଟରେ ୨୧ ବର୍ଷୀୟ ଗୁପ୍ତା ରାଉଣ୍ଡ ଅଫ୍‌୍‌ ୩୨ରେ ଜୋନାଥନ ୟାଉନ୍‌କୁ ପରାସ୍ତ କରିଥିବା ବେଳେ ରାଉଣ୍ଡ ଅଫ୍‌ ୧୬ରେ ସାମ୍‌ ବେନେଟଙ୍କୁ ହରାଇ ଦେଇଥିଲେ। ଗୁପ୍ତା ୨୦୧୭ ୟୁଏସ୍‌ ଜୁନିୟର ଆମେଚରରେ କ୍ୱାର୍ଟରଫାଇନାଲକୁ ଉନ୍ନୀତ ହୋଇପାରିଥିଲେ। ଗତବର୍ଷ ସେ ୟୁଏସ୍‌ ଆମେଚର ମଧ୍ୟ ଖେଳିଥିଲେ। ଏହି ପ୍ରଦର୍ଶନ ପାଇଁ ଓକମଣ୍ଟ (ପିଏ.) କଣ୍ଟ୍ରି କ୍ଲବ୍‌ରେ ୧୨୧ତମ ୟୁଏସ୍‌ ଆମେଚର ଇଭେଣ୍ଟରେ ଭାଗ ନେଇପାରିବେ। ପୁନଶ୍ଚ ତାଙ୍କୁ ଟୋରି ପାଇନ୍ସଠାରେ ୧୨୧ତମ ୟୁ.ଏସ୍‌. ଓପନ୍‌ ଖେଳିବା ଲାଗି ସ୍ଥାନୀୟ କ୍ୱାଲିଫାଇଙ୍ଗ୍‌ର ଆବଶ୍ୟକ ପଡ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?