ଯାହାକୁ ଅଣନିଃଶ୍ୱାସୀ ଲାଗୁଛି ସେ ବିଜେଡି ଛାଡ଼ି ପଳାନ୍ତୁ, ଅମରଙ୍କୁ ଏପରି କହିଲେ ଲେନିନ

ଭୁବନେଶ୍ୱର,୧୪ା୧୦: ବିଜେଡି କନ୍ଦଳ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଉ ଏହି କନ୍ଦଳରେ ନିଆଁ ଲଗାଇ ଦେଇଛି ଲେନିନ ମହାନ୍ତିଙ୍କ ବିସ୍ଫୋରକ ବୟାନ। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି ଲେନିନ। ସେ କହିଛନ୍ତି, ଅମର ଦଳ ଛାଡ଼ି ପଳାନ୍ତୁ। ଯାହାଙ୍କୁ ଦଳରେ ଅଣନିଃଶ୍ବାସୀ ଲାଗୁଛି, ସେ ଛାଡ଼ି ପଳାଇଲେ ଭଲହୁଅନ୍ତା ବୋଲି ଲେନିନ କହିଛନ୍ତି।
ସେ ତ ନିଜ ପୁତୁରାଙ୍କୁ ଆଗରୁ ଭାଜପାକୁ ଛାଡ଼ିଛନ୍ତି, ଏବେ ନିଜେ ପଳାନ୍ତୁ। ଦଳ ତାଙ୍କୁ ୬ ଥର ବିଧାୟକ କରିଛି, ବିଭିନ୍ନ ପଦ ପଦବୀ ଦେଇଛି। ତା’ ପରେ ଯଦି ତାଙ୍କୁ ଅଣନିଃଶ୍ବାସୀ ଲାଗୁଛି, ସେ ଦଳ ଛାଡ଼ି ପଳାଇଲେ ଭଲ ହେବ ବୋଲି ଲେନିନ କହିବା ପରେ ଦଳରେ ହଲଚଲ ସୃଷ୍ଟି ହୋଇଛି। ସେ ଚାଲିଗଲେ ଦଳର ପଇସାଟିଏର କ୍ଷତି ହେବ ନାହିଁ। ଯେଉଁମାନେ ଦଳରୁ ଡେଇଁଛନ୍ତି, ସେମାନେ ଭାଜପା ସମ୍ପର୍କରେ ଥିଲେ। ସେ ଭାଜପାକୁ ଯାଉନାହାନ୍ତି, କି ଭାଜପା ମଧ୍ୟ ତାଙ୍କୁ ପ୍ରଧାନମନ୍ତ୍ରୀ କରିଦେବନି। ଯେଉଁମାନେ ଦଳ ଛାଡ଼ି ଭାଜପାକୁ ଯାଇଛନ୍ତି ସେମାନେ ସେଠି କ’ଣ ପାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ଲେନିନ। ଯେଉଁମାନେ ଯିବାକୁ ଚାହୁଁଛନ୍ତି ସେମାନେ ଯାଆନ୍ତୁ, ବିଜେଡି ଆହୁରି ସୁଦୃଢ଼ ହେବ ବୋଲି କହିଛନ୍ତି ଲେନିନ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri