ବଡ଼ଚଣାରେ ଚର୍ଚ୍ଚା: ଅମରଙ୍କୁ ମିଳିପାରେ ମନ୍ତ୍ରୀପଦ

ବଡ଼ଚଣା, ୯ା୬(ଦିଲୀପ କୁମାର ମହାନ୍ତି)ଓଡ଼ିଶାରେ ଦଳର ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଜୁନ ୧୦ ତାରିଖରେ ରାଜ୍ୟରେ ଭାଜପା ସରକାର ଶପଥ ନେବ। ଜଣେ ଓଡ଼ିଆ ପୁଅ କିମ୍ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥ ଗ୍ରହଣକୁ ଦିନଟିଏ ବାକି ରହିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ସସ୍‌ପେନ୍ସ ଜାରି ରହିଛି। ରବିବାର ସନ୍ଧ୍ୟାରେ ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ତେଣୁ ସୋମବାର ପୂର୍ବାହ୍ନରେ ଏନେଇ ଚିତ୍ର ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି। ତେବେ ରାଜ୍ୟ ମନ୍ତ୍ରିମଣ୍ଡଳରେ ବଡ଼ଚଣାରୁ ନିର୍ବାଚିତ ଭାଜପା ନେତା ଅମର ନାୟକଙ୍କୁ ସ୍ଥାନ ମିଳିପାରେ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ନିର୍ମଳ ଭାବମୂର୍ତ୍ତି, ଆପରାଧିକ ପୃଷ୍ଠଭୂମି ନ ଥିବା, ଲୋକ ସମ୍ପର୍କ ଏବଂ ପ୍ରଶାସନିକ କାର୍ଯ୍ୟରେ ଅନୁଭୂତି ଆଦି ମାପକାଠି ଆଧାରରେ ମନ୍ତ୍ରୀପଦ ମିଳିପାରେ ବୋଲି ଆଲୋଚନା ହେଉଛି। ଅମର ୨୦୧୪ରେ ସ୍ବାଧୀନ ଏବଂ ୨୦୧୯ରେ ଭାଜପା ପ୍ରାର୍ଥୀଭାବେ ନିର୍ବାଚନ ଲଢ଼ିଥିଲେ। ୨୦୧୯ରେ ଅଳ୍ପ ଭୋଟ ବ୍ୟବଧାନରେ ହାରିଯାଇଥିଲେ। ଦଳର ଜାତୀୟ ଏବଂ ରାଜ୍ୟ ସ୍ତରୀୟ ପ୍ରମୁଖ ନେତାମାନଙ୍କ ସହ ତାଙ୍କର ସୁସମ୍ପର୍କ ଥିବାରୁ ସେ ମନ୍ତ୍ରୀପଦ ପାଇବା ସମ୍ଭାବନା ଥିବା ତାଙ୍କ ସମର୍ଥକମାନେ କହୁଛନ୍ତି। ଏପରି କି ବଡ଼ଚଣାରେ ଭାଜପା କର୍ମୀ ମହଲ ଉତ୍ସାହିତ ଥିବାବେଳେ ଛକବଜାରରେ ଏନେଇ ବେଶ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri