ବିଜେଡିର ଛାୟା କ୍ୟାବିନେଟକୁ ନେଇ ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ, ପୂର୍ବରୁ ଏମିତି କରିଥିଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନ ହୋଇଛି। ଯାହାକୁ ନେଇ ବହୁ ଭାଜପା ନେତା ଟର୍ଗେଟ କରିଥିବାବେଳେ ବିଜେଡିର ଜଣେ ବରିଷ୍ଠ ନେତା ମଧ୍ୟ ଏହାକୁ ସମାଲୋଚନା କରିଛନ୍ତି। ବିଜେଡି ନେତା ଅମର ଶତପଥୀ କହିଛନ୍ତି, ନବୀନ ପଟ୍ଟନାୟକ ବର୍ତ୍ତମାନ ଯେମିତି ବିଧାୟକମାନଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି ଯଦି ପୂର୍ବରୁ ଏମିତି କରିଥାନ୍ତେ ତେବେ ଆଜି ଆମେ ବିରୋଧୀ ଦଳରେ ବସି ନଥାନ୍ତୁ । ବିଳମ୍ବରେ ହେଉ ପଛେ ଭଲ କାର୍ଯ୍ୟକ୍ରମଟେ ହାତକୁ ନେଇଛନ୍ତି ଦଳର ସୁପ୍ରିମୋ ।

ଏଥିସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, କିଛି ବ୍ୟତିକ୍ରମ ହୋଇଥିଲା, ଯାହାକି ନିର୍ବାଚନରେ ପ୍ରସଙ୍ଗ ହେଲା । ଆଜି ସେ ସ୍ଥିତି ନାହିଁ ବୋଲି ସେ କହିଛନ୍ତି । ଏଥିସହ ଓଡିଶା ପାଇଁ ଭଲଦିନ ଆସୁଛି । ଏହି କାର୍ଯ୍ୟକ୍ରମ ଆଗକୁ ମଧ୍ୟ ବଜାୟ ରହିବା ଦରକାର । ସୁସ୍ଥ ଗଣତାନ୍ତ୍ରିକ ପରମ୍ପରା ବଜାୟ ରହିବା ଉଚିତ । ଦଳର ସୁପ୍ରିମୋ ବର୍ତ୍ତମାନ ଯେଉଁ ଦାୟିତ୍ୱ ବଣ୍ଟନର ନିଷ୍ପତ୍ତି ନେଇଛନ୍ତି ତାହା ସ୍ବାଗତଯୋଗ୍ୟ ବୋଲି କହିଛନ୍ତି ଅମର ଶତପଥୀ ।

ଏଥିସହ ଓଡିଶାରେ ଚଳିତ ଥର ନୂଆ ନୂଆ ପରମ୍ପରା ବି ଆରମ୍ଭ ହୋଇଛି । ଯେପରିକି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ବିରୋଧୀ ଦଳ ନେତା ଆସିବ ହେଉ, କି ବିରୋଧୀ ଦଳର ନେତାଙ୍କ ଚିଠିର ଉତ୍ତର ତୁରନ୍ତ ମୁଖ୍ୟମନ୍ତ୍ରୀ ଦେବା । ଏହା ଗଣତନ୍ତ୍ର ବ୍ୟବସ୍ଥାକୁ ସୁସ୍ଥ ଓ ସୁଦୃଢ କରିଛି । ଏହା ଆଗକୁ ବି ବଜାୟ ରହିବା ଆବଶ୍ୟକ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?