Posted inଖେଳ

ଇଂଲଣ୍ଡ ପକ୍ଷରୁ ପଦାର୍ପଣ ଲକ୍ଷ୍ୟରେ ଏହି ଶିଖ୍‌ କ୍ରିକେଟର୍‌

ଲଣ୍ଡନ, ୨୯।୬- ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଜୁଲାଇ ୮ରୁ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ଏଥିଲାଗି ଘରୋଇ ଇଂଲଣ୍ଡ ପକ୍ଷରୁ ଟ୍ରେନିଂ କ୍ୟାମ୍ପ୍‌ ଲାଗି ୩୦ ଜଣିଆ ଖେଳାଳି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ଭାରତୀୟ ବଂଶୋଦ୍ଭବ ଶିଖ୍‌ କ୍ରିକେଟର୍‌ ଅମର ଭିର୍ଦି ସ୍ଥାନ ପାଇଛନ୍ତି। ଇଂଲଣ୍ଡ ପକ୍ଷରୁ କ୍ୟାମ୍ପ୍‌ରେ ସ୍ଥାନ ପାଇଥିବା ସ୍ପିନରଙ୍କ ମଧ୍ୟରେ ଭିର୍ଦି ସର୍ବକନିଷ୍ଠ। ଚୂଡ଼ାନ୍ତ ଦଳରେ ସ୍ଥାନ ପାଇବା ଲାଗି ଭିର୍ଦିଙ୍କୁ ଜ୍ୟାକ୍‌ ଲିଚ୍‌, ମୋଇନ ଅଲୀଙ୍କ ପରି ଅଭିଜ୍ଞ ସ୍ପିନର ସହ କଡ଼ା ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିବ। କାଉଣ୍ଟି କ୍ଲବ ସରେ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୧ ବର୍ଷୀୟ ଏହି ଅଫ୍‌ସ୍ପିନର ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇବା ପାଇଁ ବେଶ୍‌ ଆଶାବାଦୀ ରହିଛନ୍ତି। ଏଥିଲାଗି ସେ କଠିନ ପରିଶ୍ରମ କରୁଥିବା କହିଛନ୍ତି। ଯଦି ଭିର୍ଦି ଇଂଲଣ୍ଡର ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଆନ୍ତି ତେବେ ୩ୟ ଶିଖ୍‌ କ୍ରିକେଟର୍‌ ଭାବେ ଇଂଲଣ୍ଡ ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବାର ସୌଭାଗ୍ୟ ଲାଭ କରିବେ। ପୂର୍ବରୁ ଶିଖ୍‌ କ୍ରିକେଟର୍‌ ଭାବେ ମଣ୍ଟି ପାନେସର ଓ ରବି ବୋପାରା ଇଂଲଣ୍ଡ ପକ୍ଷରୁ ଖେଳି ସାରିଛନ୍ତି।
ପୁରା ନାମ ଗୁରାମର ସିଂ ଭିର୍ଦି। ତାଙ୍କ ବଂଶୋଦ୍ଭବ ଭାରତର ପଞ୍ଜାବରେ ରହୁଛନ୍ତି। କିନ୍ତୁ ଭିର୍ଦିଙ୍କ ବାପା ଓ ମା ଇଂଲଣ୍ଡରେ ସ୍ଥାୟୀ ଭାବେ ରହି ଆସୁଛନ୍ତି। ଭିର୍ଦିଙ୍କ ବାପା ଜଣେ ଟେନିସ ଖେଳାଳି। ୨୦୧୭ରେ ଭିର୍ଦି କାଉଣ୍ଟି କ୍ଲବ ସରେ ପକ୍ଷରୁ ପଦାର୍ପଣ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୨୩ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ୬୯ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri