Posted inଖେଳ

ଇଂଲଣ୍ଡ ପକ୍ଷରୁ ପଦାର୍ପଣ ଲକ୍ଷ୍ୟରେ ଏହି ଶିଖ୍‌ କ୍ରିକେଟର୍‌

ଲଣ୍ଡନ, ୨୯।୬- ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଜୁଲାଇ ୮ରୁ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ଏଥିଲାଗି ଘରୋଇ ଇଂଲଣ୍ଡ ପକ୍ଷରୁ ଟ୍ରେନିଂ କ୍ୟାମ୍ପ୍‌ ଲାଗି ୩୦ ଜଣିଆ ଖେଳାଳି ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ଭାରତୀୟ ବଂଶୋଦ୍ଭବ ଶିଖ୍‌ କ୍ରିକେଟର୍‌ ଅମର ଭିର୍ଦି ସ୍ଥାନ ପାଇଛନ୍ତି। ଇଂଲଣ୍ଡ ପକ୍ଷରୁ କ୍ୟାମ୍ପ୍‌ରେ ସ୍ଥାନ ପାଇଥିବା ସ୍ପିନରଙ୍କ ମଧ୍ୟରେ ଭିର୍ଦି ସର୍ବକନିଷ୍ଠ। ଚୂଡ଼ାନ୍ତ ଦଳରେ ସ୍ଥାନ ପାଇବା ଲାଗି ଭିର୍ଦିଙ୍କୁ ଜ୍ୟାକ୍‌ ଲିଚ୍‌, ମୋଇନ ଅଲୀଙ୍କ ପରି ଅଭିଜ୍ଞ ସ୍ପିନର ସହ କଡ଼ା ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିବ। କାଉଣ୍ଟି କ୍ଲବ ସରେ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୨୧ ବର୍ଷୀୟ ଏହି ଅଫ୍‌ସ୍ପିନର ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇବା ପାଇଁ ବେଶ୍‌ ଆଶାବାଦୀ ରହିଛନ୍ତି। ଏଥିଲାଗି ସେ କଠିନ ପରିଶ୍ରମ କରୁଥିବା କହିଛନ୍ତି। ଯଦି ଭିର୍ଦି ଇଂଲଣ୍ଡର ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଆନ୍ତି ତେବେ ୩ୟ ଶିଖ୍‌ କ୍ରିକେଟର୍‌ ଭାବେ ଇଂଲଣ୍ଡ ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବାର ସୌଭାଗ୍ୟ ଲାଭ କରିବେ। ପୂର୍ବରୁ ଶିଖ୍‌ କ୍ରିକେଟର୍‌ ଭାବେ ମଣ୍ଟି ପାନେସର ଓ ରବି ବୋପାରା ଇଂଲଣ୍ଡ ପକ୍ଷରୁ ଖେଳି ସାରିଛନ୍ତି।
ପୁରା ନାମ ଗୁରାମର ସିଂ ଭିର୍ଦି। ତାଙ୍କ ବଂଶୋଦ୍ଭବ ଭାରତର ପଞ୍ଜାବରେ ରହୁଛନ୍ତି। କିନ୍ତୁ ଭିର୍ଦିଙ୍କ ବାପା ଓ ମା ଇଂଲଣ୍ଡରେ ସ୍ଥାୟୀ ଭାବେ ରହି ଆସୁଛନ୍ତି। ଭିର୍ଦିଙ୍କ ବାପା ଜଣେ ଟେନିସ ଖେଳାଳି। ୨୦୧୭ରେ ଭିର୍ଦି କାଉଣ୍ଟି କ୍ଲବ ସରେ ପକ୍ଷରୁ ପଦାର୍ପଣ କରିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୨୩ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳି ୬୯ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri