ପୂର୍ଣ୍ଣକାଳୀନ ବିମାନ ବନ୍ଦର ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁରଠାରେ ଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌କୁ ଏକ ପୂର୍ଣ୍ଣକାଳୀନ ବିମାନବନ୍ଦରରେ ପରିଣତ କରାଯିବ। ଓଡ଼ିଶାର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟର ଅନୁମତି ଲୋଡ଼ିଛି। ବିଜେଡି ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଭି.କେ ସିଂ କହିଛନ୍ତି। କେନ୍ଦ୍ରମନ୍ତ୍ରୀ ସିଂ କହିଛନ୍ତି ଯେ, ଉକ୍ତ ଏୟାରଷ୍ଟ୍ରିପକୁ କେନ୍ଦ୍ର ସରକାରଙ୍କ ଉଡାନ୍‌ ଯୋଜନାରେ ସାମିଲ କରାଯାଇଛି। ଭୁବନେଶ୍ୱରରୁ ଅମର୍ଦ୍ଦା ବିମାନ ଚଳାଚଳ କରିବାକୁ ଏକ ପ୍ରସ୍ତାବ ଆସିଛି। ତେବେ ଏହି ଏୟାରଷ୍ଟ୍ରିପର ବିକାଶ କରିବାକୁ ପଡ଼ିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ୨୦୨୧ ସେପ୍ଟେମ୍ବର ୧୬ରେ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ(ଏଏଆଇ)ଙ୍କ ଏକ ଟିମ୍‌ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗର ଅଧିକାରୀମାନଙ୍କ ସହିତ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌କୁ ପରିଦର୍ଶନ କରିଥିଲେ। ଏଏଆଇ ପକ୍ଷରୁ ଏହାକୁ ସବୁଜ ସଙ୍କେତ ପ୍ରଦାନ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହି ଏୟାରଷ୍ଟ୍ରିପ୍‌ ବୈଷୟିକ କ୍ଷେତ୍ରରେ ଉପଯୁକ୍ତ ଅଟେ। ତେବେ ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନଓସିର ଆବଶ୍ୟକତା ରହିଛି। ଏହି ବିମାନ ବନ୍ଦର ପାଇଁ ଅତିରିକ୍ତ ଜମିର ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri