ପୂର୍ଣ୍ଣକାଳୀନ ବିମାନ ବନ୍ଦର ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁରଠାରେ ଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌କୁ ଏକ ପୂର୍ଣ୍ଣକାଳୀନ ବିମାନବନ୍ଦରରେ ପରିଣତ କରାଯିବ। ଓଡ଼ିଶାର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟର ଅନୁମତି ଲୋଡ଼ିଛି। ବିଜେଡି ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଭି.କେ ସିଂ କହିଛନ୍ତି। କେନ୍ଦ୍ରମନ୍ତ୍ରୀ ସିଂ କହିଛନ୍ତି ଯେ, ଉକ୍ତ ଏୟାରଷ୍ଟ୍ରିପକୁ କେନ୍ଦ୍ର ସରକାରଙ୍କ ଉଡାନ୍‌ ଯୋଜନାରେ ସାମିଲ କରାଯାଇଛି। ଭୁବନେଶ୍ୱରରୁ ଅମର୍ଦ୍ଦା ବିମାନ ଚଳାଚଳ କରିବାକୁ ଏକ ପ୍ରସ୍ତାବ ଆସିଛି। ତେବେ ଏହି ଏୟାରଷ୍ଟ୍ରିପର ବିକାଶ କରିବାକୁ ପଡ଼ିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ୨୦୨୧ ସେପ୍ଟେମ୍ବର ୧୬ରେ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ(ଏଏଆଇ)ଙ୍କ ଏକ ଟିମ୍‌ ରାଜ୍ୟ ସରକାରଙ୍କ ରାଜସ୍ବ ବିଭାଗର ଅଧିକାରୀମାନଙ୍କ ସହିତ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌କୁ ପରିଦର୍ଶନ କରିଥିଲେ। ଏଏଆଇ ପକ୍ଷରୁ ଏହାକୁ ସବୁଜ ସଙ୍କେତ ପ୍ରଦାନ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହି ଏୟାରଷ୍ଟ୍ରିପ୍‌ ବୈଷୟିକ କ୍ଷେତ୍ରରେ ଉପଯୁକ୍ତ ଅଟେ। ତେବେ ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନଓସିର ଆବଶ୍ୟକତା ରହିଛି। ଏହି ବିମାନ ବନ୍ଦର ପାଇଁ ଅତିରିକ୍ତ ଜମିର ଆବଶ୍ୟକତା ଅଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri