Posted inଜାତୀୟ

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କ ସହ ବୈଠକ ପରେ ଏମିତି ଟୁଇଟ୍‌ କଲେ କ୍ୟାପଟେନ୍‌

ନୂଆଦିଲ୍ଲୀ,୨୯।୯: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ବୁଧବାର ସନ୍ଧ୍ୟାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିଥିଲେ। ତେବେ ଏହି ବୈଠକରେ କ’ଣ ସବୁ ଆଲୋଚନା ହୋଇଥିଲା, ତାହା ଉପରେ ପ୍ରଥମ ଥର ପାଇଁ ସୂଚନା ଦେଇଛନ୍ତି କଂଗ୍ରେସର ଭେଟେରାନ ନେତା।

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହଙ୍କୁ ଦିଲ୍ଲୀରେ ଭେଟିଥିଲି। ୩ କୃଷି ଆଇନ ବିରୋଧରେ ଦୀର୍ଘ ଦିନ ହେଲା ଚାଲିଥିବା ଚାଷୀ ଆନ୍ଦୋଳନ ଉପରେ କଥା ହୋଇଥିଲୁ। ବିବାଦୀୟ କୃଷି ଆଇନକୁ ସମ୍ପୂର୍ଣ୍ଣ ଉଚ୍ଛେଦ ଓ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)ର ଲିଖିତ ପ୍ରତିଶ୍ରୁତି ଦାବି କରିଛି। ଶାହଙ୍କ ବାସଭବନରେ ବୈଠକ ପରେ ଉପରୋକ୍ତ କ୍ୟାପଟେନ୍‌ ଓ ତାଙ୍କ ଗଣମାଧ୍ୟମ ଉପଦେଷ୍ଟା ରବୀନ ଠୁକରାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଅମରିନ୍ଦର ତାଙ୍କ ଟୁଇଟରେ ‘ନୋଫାର୍ମନାଫୁଡ୍‌’ ହାସଟ୍ୟାଗ ମଧ୍ୟ ଯୋଡ଼ିଛନ୍ତି।

ପଞ୍ଜାବ କଂଗ୍ରେସରେ ସଙ୍କଟ ଦେଖାଦେଇଥିବା ବେଳେ କ୍ୟାପଟେନଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ବୈଠକ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ନିକଟରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଅମରିନ୍ଦର ଭାଜପାରେ ଯୋଗଦେଇ ପାରନ୍ତି ବୋଲି ବିଶେଷ ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri