Posted inଜାତୀୟ

‘ପଞ୍ଜାବରେ ୧୦୧% ଜିତିବୁ’

ଚଣ୍ଡିଗଡ଼,୧୭।୧୨: ଆଗାମୀ ବର୍ଷ ହେବାକୁ ଥିବା ପଞ୍ଜାବର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ସହ ମେଣ୍ଟ ଘୋଷଣା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ। ଦିଲ୍ଲୀରେ ଭାଜପା ନେତାଙ୍କ ସହ ଶୁକ୍ରବାର ବୈଠକ ପରେ ଏକ ଫଟୋ ଟୁଇଟ୍‌ କରି ଅମରିନ୍ଦର ଏହି ସୂଚନା ଦେଇଛନ୍ତି। ଫଟୋରେ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ପଞ୍ଜାବ ଇନଚାର୍ଜ ଗଜେନ୍ଦ୍ର ସିଂ ଶେଖାଓ୍ବତଙ୍କୁ ଆଲିଙ୍ଗନ କରୁଛନ୍ତି କଂଗ୍ରେସର ଭେଟେରାନ ନେତା।

“ଭାଜପା ସହ ଆମ ମେଣ୍ଟ ସ୍ପଷ୍ଟ ହୋଇଛି। କେବଳ ଆସନ ଭାଗଭଣ୍ଟା ଉପରେ ଆଲେଚନା ଚାଲିଛି। କିଏ କେଉଁଠାରେ ଲଢ଼ିବ, ତାହା ଆମେ ଦେଖିବୁ। ପ୍ରାର୍ଥୀ ଚୟନ ଲାଗି ବିଜୟ ସମ୍ଭାବନା ଆମର ଏକମାତ୍ର ମାନଦଣ୍ଡ। ଆମ ମେଣ୍ଟ ୧୦୧% ନିର୍ବାଚନରେ ବିଜୟୀ ହେବ” ବୋଲି ଅମରିନ୍ଦର ସିଂ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ବିବାଦୀୟ କୃଷି ଆଇନ ଉଚ୍ଛେଦ କରିବା ସହ ପଞ୍ଜାବକୁ ହାତେଇବାକୁ ଯୋଜନା କରିଛି ଭାଜପା। ଏହି ଦଳ ଏପର୍ଯ୍ୟନ୍ତ ପଞ୍ଜାବରେ ଅକାଳି ଦଳର ଜୁନିୟର ସାଥି ଥିଲା। କିନ୍ତୁ ବିବାଦୀୟ ଆଇନ ପାଇଁ ଏନ୍‌ଡିଏଠାରୁ ଦୂରେଇ ଯାଇଥିଲା ଅକାଳି ଦଳ। ଉଲ୍ଲେଖଯୋଗ୍ୟ, ୧୧୭ ଆସନ ବିଶିଷ୍ଟ ପଞ୍ଜାବରେ ୮୦ ବିଧାୟକଙ୍କ ସହ ଶାସନରେ ଅଛି କଂଗ୍ରେସ। ଏହାଛଡ଼ା ରାଜ୍ୟ ବିଧାନସଭାରେ ଆମ ଆଦମି ପାର୍ଟିର ୧୯, ସିରୋମଣୀ ଅକାଳି ଦଳର ୧୪, ଭାଜପା ଓ ଏଲଆଇପିର ୨ ଲେଖାଏ ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri