Posted inଜାତୀୟ

‘ଚାଷୀ ଆନ୍ଦୋଳନ ଶେଷ ହେଲେ ଭାଜପା ସହ ମେଣ୍ଟ’

ନୂଆଦିଲ୍ଲୀ,୨୦।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଙ୍ଗଳବାର ନୂଆ ରାଜନୈତିକ ଦଳ ଗଠନ କରିବେ। ଯଦି ଚାଷୀ ଆନ୍ଦୋଳନର ସମାଧାନ ହୋଇଯାଏ, ତେବେ ସେ ଭାଜପା ଓ ଅକାଳି ଦଳ ସହ ମେଣ୍ଟ କରି ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଲେଢ଼ିବେ। ଏ ନେଇ ସୂଚନା ଦେଇଛନ୍ତି ଅମିରନ୍ଦରଙ୍କ ମିଡିଆ ପରାମର୍ଶଦାତା।

ମଙ୍ଗଳବାର ସନ୍ଧ୍ୟାରେ କିଛି ଟୁଇଟ୍‌ ଜରିଆରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମିଡିଆ ପରାମର୍ଶଦାତା ରବୀନ ଠୁକରାଲ ଲେଖିଛନ୍ତି, ”ଖୁବ୍‌ ଶୀଘ୍ର ମୁଁ ନିଜର ରାଜନୈତିକ ଦଳ ଘୋଷଣା କରିବି। ଏହା ପଞ୍ଜାବ ଓ ଏହାର ଲୋକଙ୍କ ହିତରେ କାର୍ଯ୍ୟ କରିବ। ଏଥିସହ ଗତ ଏକ ବର୍ଷ ହେଲା ବଞ୍ଚିବା ପାଇଁ ସଂଘର୍ଷ କରୁଥିବା ଚାଷୀଙ୍କ କଥା ମଧ୍ୟ ବୁଝିବ“।

”ଯଦି ଚାଷୀଙ୍କ ହୀତରେ ଆନ୍ଦୋଳନର ସମାଧାନ ହୋଇଯାଏ, ତେବେ ୨୦୨୨ ନିର୍ବାଚନ ଲାଗି ଭାଜପା ସହ ଆସନ ବୁଝାମଣା ହେବ। ଅକାଳି ଦଳ ଭଳି ସମାନ ଚିନ୍ତାଧାରା ରଖୁଥିବା ଦଳ ସହ ମେଣ୍ଟ କରିବାକୁ ଇଚ୍ଛୁକ“ ବୋଲି ଦ୍ୱିତୀୟ ଟୁଇଟ୍‌ରେ ସେ ଉଲ୍ଲେଖ କରିଛନ୍ତି।

ତେବେ ଅମରିନ୍ଦର ଏପର୍ଯ୍ୟନ୍ତ ବିଧିବଦ୍ଧ ଭାବେ କଂଗ୍ରେସରୁ ଇସ୍ତଫା ଦେଇ ନାହାନ୍ତି। ଏ ସଂକ୍ରାନ୍ତରେ କଂଗ୍ରେସର କେନ୍ଦ୍ରୀୟ ନେତୃତ୍ୱ ପକ୍ଷରୁ କୌଣସି ବୟାନ ଆସି ନାହିଁ। ଉଲ୍ଲେଖଯୋଗ୍ୟ, ୭୯ ବର୍ଷୀୟ ଭେଟେରାନ ଦୀର୍ଘ ୪ ଦଶନ୍ଧି ଧରି କଂଗ୍ରେସରେ ଥିଲେ। ଗତ ସେପ୍ଟେମ୍ବରରେ ସେ ପଞ୍ଜାବର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ସେତେବେଳେ ସେ କହିଥିଲେ, ସମର୍ଥକଙ୍କ କଥା ହେଲା ପରେ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri