Posted inଜାତୀୟ

ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର: ଭାଜପା ସହ ମିଶିବ ପଞ୍ଜାବ ଲୋକ କଂଗ୍ରେସ

ନୂଆଦିଲ୍ଲୀ,୧୬।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ଭାଜପାରେ ଯୋଗଦେବେ। ସେପ୍ଟେମ୍ବର ୧୯ରେ ଦିଲ୍ଲୀରେ ଅମରିନ୍ଦର ଭାଜପାର ସଦସ୍ୟତା ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ଏନେଇ ଦଳର ମୁଖପାତ୍ର ପ୍ରୀତପାଲ ସିଂ ବଲିଓ୍ବାଲ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହିବେ।

୮୦ ବର୍ଷୀୟ ଅମରିନ୍ଦର ଗତ ବର୍ଷ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ପରେ ସେ ପଞ୍ଜାବ ଲୋକ କଂଗ୍ରେସ ଦଳ(ପିଏଲ୍‌ସି) ଗଠନ କରିଥିଲେ। ହେଲେ ଗତ ବିଧାନସଭା ନିର୍ବାଚନରେ ଅମରିନ୍ଦରଙ୍କ ଦଳ ଶୋଚନୀୟ ପରାଜୟ ହୋଇଥିଲା। ବର୍ତ୍ତମାନ ସେ ଭାଜପାରେ ମିଶିବା ନେଇ ସ୍ଥିର ହୋଇଛି। ଏପରିକି ଦଳର ୭ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ଏମ୍‌ପି ମଧ୍ୟଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଏପରି କି ଅମରିନ୍ଦରଙ୍କ ପୁଅ ରଣୀନ୍ଦର ସିଂ, ଝିଅ ଜୟୀଇନ୍ଦର କୌର, ନାତି ନିର୍ବାଣ ସିଂ ମଧ୍ୟ ଭାଜପାରେ ଯୋଗଦେବେ ବୋଲି ଆଶା କରାଯାଉଛି। ଅମରିନ୍ଦର ବର୍ତ୍ତମାନ ଲଣ୍ଡନରେ ଅଛନ୍ତି। ସେ ସେଠାରେ ମେରୁଦଣ୍ଡ ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri