Posted inଜାତୀୟ

ପଞ୍ଚମ ଦିନରେ ଅମରନାଥ ଗୁମ୍ଫାରେ ପହଞ୍ଚିଲେ ୧୯ ହଜାର ଶ୍ରଦ୍ଧାଳୁ

ଜମ୍ମୁ,୫ ।୭: ପାଗ ଭଲ ଥିବାରୁ ଅମରନାଥ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ୫ମ ଦିନରେ ଅମରନାଥ ଗୁମ୍ଫାରେ ୧୯ ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ସୂଚନା ମିଳିଛି । ଏହାସହ ଅମରନାଥ ଶ୍ରାଇନ ବୋର୍ଡ ପକ୍ଷରୁ ଯାତ୍ରୀ ଫିଡବ୍ୟାକ ସେବା (ପିଏଫଏସ୍‌)ଆରମ୍ଭ କରାଯାଇଛି । ଏଥିରେ ଏସଏମଏସ ମାଧ୍ୟମରେ ଫିଡବ୍ୟାକ ନେଇ ଯାତ୍ରା ଶିବିରରେ ରହଣି, ସ୍ୱଚ୍ଛତା ଓ ଭୋଜନର ଗୁଣବତ୍ତାକୁ ନେଇ ଯାତ୍ରୀଙ୍କ ଟିପ୍ପଣୀ ଓ ଉପଦେଶ ନିଆଯାଉଛି । ଆଧାର ଶିବିର ଭଗବତି ନଗର ଜମ୍ମୁରୁ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଷଷ୍ଠ ପର୍ଯ୍ୟାୟରେ ୭୨୭୬ ଯାତ୍ରୀ ଦର୍ଶନ ପାଇଁ ବାହାରିଛନ୍ତି । ଅମରନାଥ ଯାତ୍ରାକୁ ନେଇ ଚଳିତ ବର୍ଷ ଶିବ ଭକ୍ତଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି । ଚଳିତ ବର୍ଷ ଦିନକୁ ଦିନ ଶ୍ର୍‌ଦ୍ଧାଳୁଙ୍କ ଭିଡ ବୃଦ୍ଧି ପାଇବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri