Posted inଜାତୀୟ

ପଞ୍ଚମ ଦିନରେ ଅମରନାଥ ଗୁମ୍ଫାରେ ପହଞ୍ଚିଲେ ୧୯ ହଜାର ଶ୍ରଦ୍ଧାଳୁ

ଜମ୍ମୁ,୫ ।୭: ପାଗ ଭଲ ଥିବାରୁ ଅମରନାଥ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ବେଳକୁ ବେଳ ବଢିବାରେ ଲାଗିଛି । ଇତିମଧ୍ୟରେ ୫ମ ଦିନରେ ଅମରନାଥ ଗୁମ୍ଫାରେ ୧୯ ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ ପାଇଁ ପହଞ୍ଚିଥିବା ସୂଚନା ମିଳିଛି । ଏହାସହ ଅମରନାଥ ଶ୍ରାଇନ ବୋର୍ଡ ପକ୍ଷରୁ ଯାତ୍ରୀ ଫିଡବ୍ୟାକ ସେବା (ପିଏଫଏସ୍‌)ଆରମ୍ଭ କରାଯାଇଛି । ଏଥିରେ ଏସଏମଏସ ମାଧ୍ୟମରେ ଫିଡବ୍ୟାକ ନେଇ ଯାତ୍ରା ଶିବିରରେ ରହଣି, ସ୍ୱଚ୍ଛତା ଓ ଭୋଜନର ଗୁଣବତ୍ତାକୁ ନେଇ ଯାତ୍ରୀଙ୍କ ଟିପ୍ପଣୀ ଓ ଉପଦେଶ ନିଆଯାଉଛି । ଆଧାର ଶିବିର ଭଗବତି ନଗର ଜମ୍ମୁରୁ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଷଷ୍ଠ ପର୍ଯ୍ୟାୟରେ ୭୨୭୬ ଯାତ୍ରୀ ଦର୍ଶନ ପାଇଁ ବାହାରିଛନ୍ତି । ଅମରନାଥ ଯାତ୍ରାକୁ ନେଇ ଚଳିତ ବର୍ଷ ଶିବ ଭକ୍ତଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି । ଚଳିତ ବର୍ଷ ଦିନକୁ ଦିନ ଶ୍ର୍‌ଦ୍ଧାଳୁଙ୍କ ଭିଡ ବୃଦ୍ଧି ପାଇବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri