Posted inଜାତୀୟ

ତିନି ଦିନ ପରେ ପୁଣିଥରେ ଆରମ୍ଭ ହେଲା ଅମରନାଥ ଯାତ୍ରା, ଖରାପ ପାଗଯୋଗୁ ରହିଥିଲା ସ୍ଥଗିତ

ନୂଆଦିଲ୍ଲୀ,୯।୭: ଜମ୍ମୁ-କଶ୍ମୀରରେ ଖରାପ ପାଗ ଯୋଗୁ ଅମରନାଥ ଯାତ୍ରାକୁ ୩ ଦିନ ପାଇଁ ବନ୍ଦ କରି ଦିଆଯାଇଥିଲା। ତୀର୍ଥଯାତ୍ରୀଙ୍କର ପଂଜତରଣି ଓ ଶେଷନାଗ ଆଧାର ଶିବିରରେ ରହିବାର ବ୍ୟବସ୍ଥା କରାଯାଇଥିଲା। ଏବେ ୩ ଦିନ ପରେ ଅର୍ଥାତ୍‌ ରବିବାର ପୁଣିଥରେ ଏହି ଯାତ୍ରା ଆରମ୍ଭ କରାଯାଇଛି।

ଅଧିକାରୀମାନେ ନ୍ୟୁଜ ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ ଅମରନାଥ ଗୁମ୍ଫା ନିକଟରେ ଆକାଶ ସ୍ବଚ୍ଛ ହେବା ପରେ ଅବା ପାଗ ପରିବର୍ତ୍ତନ ପରେ କର୍ତ୍ତୃପକ୍ଷ ଗୁମ୍ଫା ମନ୍ଦିରର ଦ୍ୱାର ଖୋଲିଥିଲେ ଏବଂ ସେଠାରେ ଫସି ରହିଥିବା ଭକ୍ତମାନଙ୍କୁ ଦକ୍ଷିଣ କାଶ୍ମୀରର ହିମାଳୟରେ ପ୍ରାକୃତିକ ଭାବରେ ସୃଷ୍ଟି ହୋଇଥିବା ବରଫ ଶିବଲିଙ୍ଗ ଦର୍ଶନ କରିବାକୁ ଅନୁମତି ଦେଇଥିଲେ।
ପଞ୍ଜତରଣି ବେସ କ୍ୟାମ୍ପର ଜଣେ ବରିଷ୍ଠ ଅଧିକାରୀ ଫୋନ ଯୋଗେ ପିଟିଆଇକୁ କହିଛନ୍ତି ଯେ ପୂର୍ବରୁ ଦର୍ଶନ ପାଇଥିବା ତୀର୍ଥଯାତ୍ରୀଙ୍କୁ ବାଲଟାଲ ବେସ କ୍ୟାମ୍ପକୁ ଫେରିବାକୁ ଅନୁମତି ଦିଆଯାଇଛି। ଏହି ସମୟରେ ଘାଟିରେ ପ୍ରବଳ ବର୍ଷା ଯୋଗୁ ଫସି ରହିଥିବା ୭୦୦ରୁ ଅଧିକ ଅମରନାଥ ତୀର୍ଥଯାତ୍ରୀ ଅନନ୍ତନାଗ ଜିଲ୍ଲାର କାଜିଗୁଣ୍ଡରେ ଥିବା କ୍ୟାମ୍ପରେ ସେନା ଦ୍ୱାରା ଆଶ୍ରୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri