Posted inଜାତୀୟ

‘ବଙ୍ଗବିଭୂଷଣ’ ପୁରସ୍କାର ନେବାକୁ ମନାକଲେ ଅମର୍ତ୍ତ୍ୟ ସେନ

କୋଲକତା,୨୫।୭: ନୋବେଲ ପୁରସ୍କାର ବିଜେତା ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଅମର୍ତ୍ତ୍ୟ ସେନ ପଶ୍ଚିମବଙ୍ଗର ସର୍ବୋଚ୍ଚ ନାଗରିକ ପୁରସ୍କାର ‘ବଙ୍ଗବିଭୂଷଣ’ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ଏହି ବିଶେଷ ସମ୍ମାନ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଏ। ଅମର୍ତ୍ତ୍ୟ ସେନଙ୍କ ନିଷ୍ପତ୍ତି ସମ୍ପର୍କରେ ତାଙ୍କ ଝିଅ ଅନ୍ତରା ଦେବ ସେନ କହିଛନ୍ତି, ଅମର୍ତ୍ତ୍ୟ ସେନ ବର୍ତ୍ତମାନ ଭାରତରେ ନାହାଁନ୍ତି। ସେ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ୟୁରୋପ ଯାଇଛନ୍ତି। ତାଙ୍କୁ ଅନେକ ପୁରସ୍କାରରେ ସମ୍ମାନିତ କରାଯିବାର ସୌଭାଗ୍ୟ ମିଳିଛି ଏବଂ ସେ ଚାହୁଁଛନ୍ତି ଯେ, ‘ବଙ୍ଗବିଭୂଷଣ’ ବର୍ତ୍ତମାନ ଅନ୍ୟମାନଙ୍କୁ ଦିଆଯାଉ।
ଜୁଲାଇ ପ୍ରଥମ ସପ୍ତାହରେ ଅମର୍ତ୍ତ୍ୟ ସେନ ରାଜ୍ୟ ସରକାରୀ ଅଧିକାରୀଙ୍କ ସହ ଯୋଗାଯୋଗ କରି ସମ୍ବର୍ଦ୍ଧନା ସମାରୋହବେଳେ ସେ ଭାରତରେ ରହିବେ ନାହିଁ ବୋଲି କହିଥିଲେ।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ପ୍ରାଥମିକ ଶିକ୍ଷା ପରିଷଦ ଓ ପଶ୍ଚିମବଙ୍ଗ ସ୍କୁଲ ଶିକ୍ଷା ସେବା କମିଶନ ନିଯୁକ୍ତି ପରୀକ୍ଷା ଦୁର୍ନୀତି ତଦନ୍ତ କରିବାକୁ ଯାଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ କରିଥିଲା। ଏହି ଚଢାଉରେ ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ନଗଦ ୨୧ କୋଟି ଟଙ୍କା ମିଳିଥିଲା। ଏହି ମାମଲାରେ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରାଯାଇଥିଲା। ସିପିଆଇ (ଏମ) ନେତା ସୁଜନ ଚକ୍ରବର୍ତ୍ତୀ ଟିଏମସି ସରକାରଙ୍କ ତରଫରୁ ପୁରସ୍କାର ଗ୍ରହଣ ନ କରିବାକୁ ଅମର୍ତ୍ତ୍ୟ ସେନଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri