ଅମାବାସ୍ୟା ନାରାୟଣଙ୍କ ସାଗରବିଜେ ନୀତି

ପୁରୀ ଅଫିସ,୨୮।୮: ଭାଦ୍ରବ ଅମାବାସ୍ୟା ବା ସପ୍ତପୁରୀ ଅମାବାସ୍ୟା ତିଥି ଅବସରରେ ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ ରୀତିନୀତି ଅନୁସାରେ ଅମାବାସ୍ୟା ନାରାୟଣଙ୍କ ସାଗର ବିଜେ ନୀତି ସମ୍ପନ୍ନ ହୋଇଛି। ଶନିବାର ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହୋଇ ପାଣିପଡ଼ିବା ପରେ ଅମାବାସ୍ୟା ନାରାୟଣଙ୍କ ସାଗର ବିଜେ ନୀତି ଆରମ୍ଭ ହୋଇଥିଲା। ମହାଜନ ସେବକମାନେ ଦକ୍ଷିଣୀ ଘରୁ ଚତୁଃର୍ଭୁଜ ନାରାୟଣଙ୍କୁ ରତ୍ନସିଂହାସନକୁ ବିଜେ କରିଥିଲେ। ସେଠାରେ ପାଳିଆ ପୂଜାପଣ୍ଡା ସାମନ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଆଜ୍ଞାମାଳ ଆଣି ନାରାୟଣଙ୍କୁ ପ୍ରଦାନ କରିଥିଲେ। ପରେ ମହାଜନ ସେବକ ହାତରେ ନାରାୟଣଙ୍କୁ ନେଇ ବଟବୃକ୍ଷ ମୂଳେ ଥିବା ପାଲିଙ୍କିରେ ବିଜେ କରାଇଥିଲେ। ପରେ ଠାକୁରଙ୍କୁ ପାଲିଙ୍କିରେ ବସାଇ ଘଣ୍ଟ, ଛତା, ବାଦ୍ୟ ସହ ବିମାନବଡୁ ସେବକମାନେ ବାଲିସାହି ଦେଇ ସ୍ବର୍ଗଦ୍ୱାର ନିକଟ ବେଳଭୂମିକୁ ବିଜେ କରିଥିଲେ। ସେଠାରେ ପାଳିଆ ଗଡାବଡୁ ସେବକ ରୂପା ପିଙ୍ଗଣରେ ସମୁଦ୍ରରୁ ଜଳ ଆଣି ପୂଜାପଣ୍ଡାଙ୍କୁ ଦେଇଥିଲେ। ପୂଜାପଣ୍ଡା ସାମନ୍ତ ଉକ୍ତ ଜଳକୁ ସଂସ୍କାର କରି ନାରାୟଣଙ୍କୁ ଲାଗି କରିଥିଲେ। ପରେ ସାବତ ନିଯୋଗ ପକ୍ଷରୁ ଠାକୁରଙ୍କ ନିକଟରେ ପଣା ଭୋଗ ମଣୋହି କରାଯାଇଥିଲା। ପରେ ଆରତି ଏବଂ ବନ୍ଦାପନା ସମ୍ପନ୍ନ ହେବା ପରେ ଠାକୁରଙ୍କ ବାହୁଡା ବିଜେ ନୀତି ଆରମ୍ଭ ହୋଇଥିଲା। ସେବକମାନେ ହରିଦାସ ମଠ ଗୋହରୀ ରାସ୍ତା ଦେଇ ଜମ୍ବେଶ୍ୱର ମନ୍ଦିର ଓ ହରଚଣ୍ଡୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ପରେ ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri