Posted inଖେଳ

ଶାମିଙ୍କ ଚମତ୍କାର ବୋଲିଂ: ବାଂଲାଦେଶକୁ ପ୍ରାରମ୍ଭିକ ଝଟ୍‌କା

ଦୁବାଇ,୨୦।୨: ଭାରତୀୟ ଦଳ ଆଜି ଦୁବାଇରେ ବାଂଲାଦେଶ ବିପକ୍ଷରେ ମ୍ୟାଚ ସହିତ ଚାମ୍ପିଅନ୍ସ ଟ୍ରଫି ଅଭିଯାନ ଆରମ୍ଭ କରିଛି। ବାଂଲାଦେଶ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବାଂଲାଦେଶର ଏହି ନିଷ୍ପତ୍ତି ସଠିକ୍‌ ଯାଇନାହିଁ। ଦଳକୁ ପ୍ରାରମ୍ଭକୁ ଝଟ୍‌କା ଲାଗିଛି। ଭାରତ ବିପକ୍ଷରେ ବାଂଲାଦେଶର ଇନିଂସ ଆରମ୍ଭ ହୋଇଛି। ବାଂଲାଦେଶ ପକ୍ଷରୁ ସୌମ୍ୟ ସରକାର ଏବଂ ତାନଜିଦ ହାସନ ଇନିଂସ ଓପନ କରିବାକୁ ଆସିଥିଲେ।
ଦ୍ରୁତ ବୋଲର ମହମ୍ମଦ ଶାମି ପ୍ରଥମ ଓଭରରେ ହିଁ ଓପନର ସୌମ୍ୟ ସରକାରଙ୍କୁ ଆଉଟ କରି ବାଂଲାଦେଶକୁ ଏକ ଝଟକା ଦେଇଛନ୍ତି। ସୌମ୍ୟ ସରକାର ଶାମିଙ୍କ ପ୍ରଥମ ଓଭରର ଶେଷ ବଲରେ ଉଇକେଟକିପର କେଏଲ ରାହୁଲଙ୍କ ଦ୍ୱାରା କ୍ୟାଚ ହୋଇଥିଲେ। ସୌମ୍ୟା ଖାତା ମଧ୍ୟ ଖୋଲିପାରି ନ ଥିଲେ। ବାଂଲାଦେଶ ଅଧିନାୟକ ନାଜମୁଲ ହୁସେନ ଶାନ୍ତୋଙ୍କୁ ଆଉଟ କରି ହର୍ଷିତ ରାଣା ବାଂଲାଦେଶକୁ ଦ୍ୱିତୀୟ ଝଟକା ଦେଇଥିଲେ। ମେହେଦି ହାସନ ମିରାଜଙ୍କୁ ଆଉଟ କରି ଦ୍ରୁତ ବୋଲର ମହମ୍ମଦ ଶାମି ବାଂଲାଦେଶକୁ ତୃତୀୟ ଝଟକା ଦେଇଥିଲେ। ପରେ ଅକ୍ଷର ପଟେଲ ତଞ୍ଜିଦ୍‌ ହସନ ଏବଂ ମୁଶାଫିକର ରହିମଙ୍କୁ ଆଉଟ୍‌ କରି ଦଳକୁ ପଞ୍ଚମ ସଫଳତା ଦେଇଛନ୍ତି। ବର୍ତ୍ତମାନ ବାଂଲାଦେଶ ୯.୩ ବଲ୍‌ରେ ୩୭ ରନ୍‌ରେ ୫ ଉଇକେଟ୍‌ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri