Posted inଖେଳ

ରଞ୍ଜିତ ପତିଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର, ୨୧।୮ (ତପନ ସ୍ବାଇଁ): ସ୍ଥାନୀୟ ଭିନ୍‌ଟେଜ୍‌ କ୍ଲବ ପରିସରରେ ଚାଲିଥିବା ‘ଗ୍ରୀନ୍‌ ବାଇଜେ କ୍ଲାସିକ୍‌’ ଅଲ୍‌ ଓଡ଼ିଶା ସ୍ନୁକର ଚାମ୍ପିୟନଶିପ୍‌ରେ ମଙ୍ଗଳବାର ୧୧ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ଚମତ୍କାର ପ୍ରଦର୍ଶନ କରି ରଞ୍ଜିତ ପତି ୩-୧ରେ ସତ୍ୟଦୀପ ଦାସଙ୍କୁ ପରାସ୍ତ କରିଛନ୍ତି। ଫଳରେ ତାଙ୍କୁ ପ୍ଲେୟର ଅଫ୍‌ ଦି ଡେ’ ବିବେଚିତ କରାଯାଇଛି। ଅନ୍ୟ ମ୍ୟାଚଗୁଡ଼ିକ ମଧ୍ୟରେ ସିଦ୍ଧାର୍ଥ ସେନ୍‌ ୩-୦ରେ ରୁମିତ ଗୁପ୍ତା, ରଜତ ଧଳ ୩-୧ରେ ଗୁଡଓ୍ବିନ କୁଲି, ପ୍ରକାଶ ସାହୁ ୩-୦ରେ ଦେବୀ ପ୍ରସାଦ ସାହୁ, ଆକାଶ ମହାପାତ୍ର ୩-୦ରେ ପ୍ରକାଶ ସାହୁ, ଶାରଦା ବେହେରା ୩-୦ରେ ଚେତନ ଆନନ୍ଦଙ୍କୁ ହରାଇ ଦେଇଛନ୍ତି। ସେହିପରି କୁନାଲ ଅଗ୍ରଓ୍ବାଲ ୩-୧ରେ ମିଶାଲ ସ୍ବାଇଁ ଏବଂ ରାକେଶ ରୋଶନ ପ୍ରଧାନ ୩-୨ରେ ଚନ୍ଦ୍ର ପ୍ରକାଶ ମହାନ୍ତିଙ୍କୁ ହରାଇଥିବାବେଳେ ନିଶ୍ଚୟ ମିଶ୍ରଙ୍କ ବିପକ୍ଷରେ ଓ୍ବାକ୍‌ଓଭର ପାଇଛନ୍ତି ଅମିୟ ରଞ୍ଜନ ନାୟକ। ବୁଧବାର ପ୍ରତିଯୋଗିତାର ପ୍ରି-କ୍ୱାର୍ଟର ଫାଇନାଲ ଆରମ୍ଭ ହେବ। ଏଥିରେ ଆକାଶ ମହାପାତ୍ର-ଉଦ୍ଭାସ ମହାପାତ୍ର, ସୁବ୍ରତ ଦାସ-ରଜତ ଧଳ, ଜ୍ଞାନ ଶତପଥୀ-ଅସିତ ଚୌଧୁରୀ, ଶାରଦା ବେହେରା-ରାକେଶ ରୋଶନ ପ୍ରଧାନ, ସିଦ୍ଧାର୍ଥ ସେନ୍‌-ଅବିନାଶ ମହାପାତ୍ର ଏବଂ ରଞ୍ଜିତ ପତି-କୁନାଲ ଅଗ୍ରଓ୍ବାଲଙ୍କ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri