Posted inଜାତୀୟ

ମହାକାଶ ମୁହାଁ ଆମାଜୋନିଆ-୧

ଶ୍ରୀହରିକୋଟା,୨୮।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯାଇଛି। ୨୦୨୧ର ପ୍ରଥମ ମିଶନରେ ଇସ୍ରୋକୁ ସଫଳତା ମିଳିଛି। ପିଏସ୍‌ଏଲଭି-ସି-୫୧ ରକେଟ ସହାୟତାରେ ବ୍ରାଜିଲର ଏହି ଅପ୍ଟିକାଲ ଅବଜରଭେଶନ ସାଟେଲାଇଟ୍‌କୁ ମହାକାଶକୁ ପଠାଯାଇଛି। ଏହା ପିଏସ୍‌ଏଲଭିର ୫୩ ତମ ମିଶନ। ଏହା ସହିତ ଅନ୍ୟ ୧୮ଟି ଉପଗ୍ରହକୁ ମଧ୍ୟ ପ୍ରଥମ ଲଞ୍ଚପ୍ୟାଡ୍‌ରୁ ଊତ୍‌କ୍ଷେପଣ କରାଯାଇଛି। ସେସବୁ ମଧ୍ୟରେ ସ୍ପେସ୍‌ କିଡଜ୍‌ ଇଣ୍ଡିଆର ଏସ୍‌ଡି ସାଟ୍‌( ସତୀଶ ଧାଓ୍ବନ ସାଟ୍‌) ରହିଛି। ଏସ୍‌ଡି ସାଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସହିତ ଶ୍ରୀମଦ୍‌ ଭଗବଦ୍‌ ଗୀତାର ଇ-ଭର୍ସନକୁ ଏସ୍‌ଡି କାର୍ଡରେ ମହାକାଶକୁ ପଠାଯାଇଛି। ସେହିପରି କୋଇମ୍ବାଟୁରର ଶ୍ରୀ ଶକ୍ତି ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି, ଶ୍ରୀପେରୁମ୍ବୁଦୁରର ଜେପିଆର୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଏବଂ ନାଗପୁରର ଜିଏଚ୍‌ ରାଇସୋନି କଲେଜ ଅଫ୍‌ ଇଞ୍ଜିନିୟରିଂ ଆଦି ୩ ଟି କଲେଜ ପକ୍ଷରୁ ମିଳିତ ଭାବେ ନିର୍ମିତ ହୋଇଥିବା ୟୁନିଟସାଟ୍‌ର ମଧ୍ୟ ଉତ୍‌କ୍ଷେପଣ କରାଯାଇଛି। ଊତ୍‌କ୍ଷେପଣ ହୋଇଥିବା ଅନ୍ୟ ଉପଗ୍ରହ ମଧ୍ୟରେ ଭାରତର ସିନ୍ଧୁନେତ୍ର, ଆମେରିକାର ସାଇ-୧ ନାନୋକନେକ୍ଟ-୨, ୧୨ଟି ସ୍ପେସ୍‌ ବିଇଇ ଉପଗ୍ରହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri