ଭାରୀ ଜିନିଷ ଅର୍ଡର କରନ୍ତୁ ନାହିଁ, ଥକ୍କି ପଡୁଛୁ; ଗ୍ରାହକଙ୍କୁ ନିବେଦନ କରିବାରୁ କର୍ମଚାରୀଙ୍କୁ ଚାକିରୀରୁ ବାହାର କରିଦେଲା ଆମାଜନ

ନୂଆଦିଲ୍ଲୀ,୨୧।୧: ଭାଇରାଲ ହେବା ପାଇଁ ଏବେ ଲୋକମାନେ ରିଲ୍ସ ଓ ସର୍ଟସ୍ପ ଭିଡିଓରେ ଅଜବଗଜବ ପ୍ରକାର କୌଶଳ ଆପଣାଉଛନ୍ତି। ସାମ୍ପ୍ରତିକ ସମୟରେ ଏଭଳି ଏକ ମାମଲା ସାମ୍ନାକୁ ଆସିଛି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଆମାଜନ ପରି ବହୁ ଟେକ୍‌ କମ୍ପାନୀ ନିଜ କମ୍ପାନୀରୁ ବହୁ କର୍ମଚାରୀଙ୍କୁ ଛଟେଇ କରୁଥିବାବେଳେ ଆମାଜନ ନିଜର ଜଣେ କର୍ମଚାରୀଙ୍କୁ ଏକ ଅଜବ କାରଣ ପାଇଁ ଚାକିରୀରୁ ବାହାର କରିଛି। କର୍ମଚାରୀଜଣକ ଟିକ୍‌ଟକ ଭିଡିଓ କରି ଗ୍ରାହକଙ୍କୁ ଏପରି ମେସେଜ ଦେଇଥିଲେ ଯାହାଯୋଗୁ ତାଙ୍କୁ ଚାକିରୀ ହରେଇବାକୁ ପଡିଛି।

ସୂଚନା ଅନୁଯାୟୀ, ଆମାଜନରେ କାର୍ଯ୍ୟ କରୁଥିବା ଜଣେ କର୍ମଚାରୀ ସାତ ବର୍ଷ ପୂର୍ବେ ଏକ ଟିକ୍‌ଟିକ୍‌ ଭିଡିଓ ପ୍ରସ୍ତୁତ କରିଥିଲେ। ଯେଉଁ କାରଣରୁ ବର୍ତ୍ତମାନ ତାଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି। ଟିକ୍‌ଟକ୍‌ ବ୍ୟବହାରକାରୀ @ଥାଟାମାଜୋଙ୍ଗୁଇ, ଯାହାଙ୍କ ନାମ କେନ୍ଦଲ ଅଟେ। ସେ ଗତ ସପ୍ତାହରେ ଏକ ଭିଡିଓ ପୋଷ୍ଟ କରି କ୍ଷମା ମାଗିଛନ୍ତି।

ଭିଡିଓରେ ସେ କ୍ଷମା ମାଗି କହିଛନ୍ତି, ସାତ ବର୍ଷ ପୂର୍ବେ ଭିଡିଓରେ ଆମାଜନ ଗ୍ରାହକଙ୍କୁ ଭାରୀ ଜିନିଷ ଅର୍ଡର କରିବା ବନ୍ଦ କରିବାକୁ ଅନୁରୋଧ କରିଥିଲି କାରଣ ଏସବୁକୁ ଟେକି ଆମେ ଥକ୍କି ପଡୁଥିଲୁ। ଯଦିଓ ଏହି ଭିଡିଓ ବହୁ ପୁରୁଣା କିନ୍ତୁ ଆମାଜନ ବର୍ତ୍ତମାନ ସେହି ଭିଡିଓକୁ ଏକ ଇସୁ କରି ମୋତେ କାମରୁ ବାହାର କରିଦେଇଛି। ଏବେ ମୋ ପାଖରେ କୌଣସି ଚାକିରୀ ନାହିଁ।
କହିରଖୁଛୁ କି, ଭିଡିଓର ସତ୍ୟତା ଏଯାଏଁ ସ୍ପଷ୍ଟ ହୋଇନାହିଁ। ଯୁବକଙ୍କ ଅଭିଯୋଗ ପରେ ଆମାଜନ ପକ୍ଷରୁ କୌଣସି ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?