ବଡ଼ ଭୁଲ ସୁଧାରିଲା ଆମାଜନ

ନୂଆଦିଲ୍ଲୀ,୬।୭: ଇ-କମର୍ସ ସଂସ୍ଥା ଆମାଜନ ମଙ୍ଗଳବାର ବଡ଼ ଭୁଲକୁ ଘଣ୍ଟାକ ମଧ୍ୟରେ ସୁଧାରିଛି। ଏକ ତୋଶିବା ୧.୮ ଟନ ଏୟାର କଣ୍ଡିଶନ (ଏସି)ର ମୂଲ୍ୟ ୯୦,୮୦୦ ଟଙ୍କା ବଦଳରେ ସେଲିଂ ପ୍ରାଇସ୍‌ ୫,୯୦୦ ଟଙ୍କା ଉଲ୍ଲେଖ କରିଥିଲା। ଏହି ଏସିର ପ୍ରକୃତ ମୂଲ୍ୟ ମାର୍କେଟରେ ୯୬,୭୦୦ ଟଙ୍କା। କିନ୍ତୁ ଆମାଜନ ଭୁଲବଶତଃ ଏହା ଉପରେ ୯୪ ପ୍ରତିଶତ ଛାଡ଼ ଦେଇଥିଲା ବୋଲି ଏକ ରିପୋର୍ଟରେ ଦର୍ଶାଇଛି।

ଅଫର ବାବଦକୁ ୫,୯୦୦ ଟଙ୍କା ଛାଡ଼ ପରେ ଉକ୍ତ ଏସିକୁ ୯୦,୮୦୦ ଟଙ୍କାରେ ବିକିବା ଉଦ୍ଦେଶ୍ୟରେ ଥିଲା ଆମାଜନ। କିନ୍ତୁ କିଛି ସମୟ ପାଇଁ ଆଇଟଏମ୍‌ର ମୂଲ୍ୟ ୫,୯୦୦ ଟଙ୍କା ଉଲ୍ଲେଖ କରାଯାଇଥିଲା। ତେବେ ଏହି ମୂଲ୍ୟରେ ତୋଶିବା ୨୦୨୧ ଏସି ଅର୍ଡର କରିଥିବା ଗ୍ରାହକଙ୍କୁ ଏହା ମିଳିବ କି ନାହିଁ କମ୍ପାନୀ ପକ୍ଷରୁ କୁହାଯାଇ ନାହିଁ। ତେବେ ଭୁଲ ଜଣା ପଡ଼ିବା ପରେ କମ୍ପାନୀ ପକ୍ଷରୁ ସେଲିଂ ପ୍ରାଇସ୍‌ ଓ ଅଫରରେ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri