୨୦ହଜାରଙ୍କୁ ନିଯୁକ୍ତି ଦେବ ଆମାଜନ୍‌

ନୂଆଦିଲ୍ଲୀ,୨୯।୬: ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ ଇଣ୍ଡିଆ ପକ୍ଷରୁ ୨୦ ହଜାର କର୍ମଚାରୀଙ୍କୁ ସାମୟିକ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ କମ୍ପାନୀ ରବିବାର ସୂଚନା ଦେଇଛି। ଅନ୍‌ଲାଇନ ଶପିଙ୍ଗ୍‌ରେ ଅଭିଜ୍ଞତା ଥିବା ବ୍ୟକ୍ତି ବିଶେଷଙ୍କୁ କମ୍ପାନୀ ନିଯୁକ୍ତି ପ୍ରଦାନ କରିବ। ଗ୍ରାହକ ସେବାକୁ ଉନ୍ନତ କରିବା ସହ ଭାରତ ବଜାରରେ ବାଣିଜି୍ୟକ ଅଭିବୃଦ୍ଧିରେ ଦିଗରେ ଏମାନେ ସହଯୋଗ କରିବେ। ଚାହିଦା ଏବଂ କାରବାରକୁ ଧ୍ୟାନରେ ରଖି କମ୍ପାନୀ ଭାରତରେ ଆଗାମୀ ୬ମାସ ମଧ୍ୟରେ ଅଧିକ ଗ୍ରାହକ ସେବା କେନ୍ଦ୍ର ସ୍ଥାପନ କରିବ। ଏହି ସ୍ଥାନଗୁଡିକ ମଧ୍ୟରେ ହାଇଦ୍ରାବାଦ, ପୁଣେ, କୋଏମ୍ବାଟୁରୁ, ନୋଏଡା, କୋଲ୍‌କାତା, ଜୟପୁର, ଚଣ୍ଡିଗଡ, ମାଙ୍ଗାଲୋର, ଇନ୍ଦୋର,ଭୋପାଳ ଏବଂ ଲକ୍ଷ୍ନୌ ଭଳି ସହର ରହିଥିବା କମ୍ପାନୀ ସୂଚନା ଦେଇଛି। ନିଯୁକ୍ତି ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା +୨ ପାସ୍‌ ସହ କମ୍ପ୍ୟୁଟର ଜ୍ଞାନ ଏବଂ ଇ-ମେଲ, ଚାର୍ଟ, ସୋସିଆଲ ମିଡିଆ ସର୍ଭିସରେ ଦକ୍ଷ ହୋଇଥିବା ଆବଶ୍ୟକ। ଏହା ସହିତ ଇଂଲିଶ, ହିନ୍ଦୀ,ତାମିଲ,ତେଲୁଗୁ ଏବଂ କନ୍ନଡ ଭାଷାରେ ଦକ୍ଷତା ଥିବା ପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦିଆଯିବ ବୋଲି ଆମାଜନ୍‌ ଇଣ୍ଡିଆର ନିର୍ଦ୍ଦେଶକ(ଗ୍ରାହକ ସେବା) ଅକ୍ଷୟ ପ୍ରଭୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?