୧୦୦ ବିଲିୟନ କ୍ଲବରେ ଅମ୍ବାନୀ

ନୂଆଦିଲ୍ଲୀ,୧୦।୧୦: ଏସିଆର ସବୁଠୁ ଧନୀ ବ୍ୟକ୍ତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଟେସ୍‌ଲାର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଏଲନ ମସ୍କ ଓ ଆମାଜନ ସଂସ୍ଥାପକ ଜେଫ୍‌ ବେଜୋସଙ୍କ ଭଳି ୧୦୦ ବିଲିୟନ ଡଲାର ୱେଲ୍‌ଥ କ୍ଲବରେ ସାମିଲ ହୋଇଛନ୍ତି। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ଇଣ୍ଡେକ୍ସ ସୂଚୀ ଅନୁସାରେ ଅମ୍ବାନୀଙ୍କୁ ବିଶ୍ୱର ୧୧ତମ ଧନୀ ବ୍ୟକ୍ତି ଭାବେ ବିବେଚନା କରାଯାଇଛି। ବ୍ଲୁମ୍‌ବର୍ଗ ସୂଚୀ ଅନୁସାରେ ଚଳିତ ବର୍ଷ ମୁକେଶଙ୍କ ସମ୍ପତ୍ତି ୨୩.୮ ବିଲିୟନ ଡଲାର ବୃଦ୍ଧି ଘଟିଛି। ଫଳରେ ବର୍ତ୍ତମାନ ତାଙ୍କର ମୋଟ ସମ୍ପତ୍ତି ୧୦୦.୬ ବିଲିୟନ ଡଲାରରେ ପହଞ୍ଚତ୍ଛି। ଏହି ତାଲିକା ଅନୁସାରେ ବିଶ୍ବର ୧ନମ୍ବର ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ମୋଟ ସମ୍ପତ୍ତି ପରିମାଣ ୨୨୨ ବିଲିୟନ ଡଲାରକୁ ବୃଦ୍ଧି ପାଇଥିବା ବେଳେ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବୋଜେସଙ୍କ ସମ୍ପତ୍ତିର ପରିମାଣ ପ୍ରାୟ ୧୯୦ ବିଲିୟନ ଡଲାର ସହ ୨ୟ ସ୍ଥାନରେ ରହିଛନ୍ତି। ସେହିଭଳି ବର୍ନାର୍ଡ ଆର୍ନଲ୍ଟ ଓ ବିଲ୍‌ ଗେଟ୍ସଙ୍କ ସମ୍ପତ୍ତି ପରିମାଣ ଯଥାକ୍ରମେ ୧୫୫.୬ ଓ ୧୨୭ ବିଲିୟନ ଡଲାର ରହିଛି।
ବଜାର କାରବାରର ଶେଷ ଦିନ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଶେୟାର ୯୮.୭୦ ପଏଣ୍ଟ ଅର୍ଥାତ୍‌ ୩.୮୪% ଅଭିବୃଦ୍ଧି ସହ ୨୬୭୦.୮୫ ପଏଣ୍ଟରେ ବନ୍ଦ ହୋଇଥିଲା। ଫଳରେ କମ୍ପାନୀର ମାର୍କେଟ କ୍ୟାପ୍‌ ୧୬,୯୩,୧୭୦.୧୭ ପଏଣ୍ଟରେ ପହଞ୍ଚତ୍ଛି। ସେହିପରି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ରେ କମ୍ପାନୀର ଶେୟାର ୯୬.୮୦ ଅର୍ଥାତ୍‌ ୩.୭୬% ଅଭିବୃଦ୍ଧି ସହ ପ୍ରତି ଶେୟାର ପିଛା ଦର ୨,୬୬୯.୨୦ ପଇସାରେ ବନ୍ଦ ହୋଇଛି। ଏଥିରୁ ଆଗାମୀ ସପ୍ତାହ ସୁଦ୍ଧା ରିଲାଏନ୍ସର ମାର୍କେଟ କ୍ୟାପିଟାଲ ୧୭ ଲକ୍ଷ କୋଟି ସ୍ତରକୁ ଛୁଇଁବା ଆକଳନ କରାଯାଉଛି।
ଫୋର୍ବସ ମଧ୍ୟ ଭାରତର ଧନୀ ବ୍ୟକ୍ତଙ୍କ ତାଲିକା ଜାରି କରିଥିଲା। ୨୦୨୧ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ କ୍ରମାଗତ ୧୪ ବର୍ଷ ହେବ ଦେଶର ଶୀର୍ଷ ଧନୀବ୍ୟକ୍ତି ଭାବେ ଗଣାଯାଉଥିବା ଫୋର୍ବସ ତା’ର ସୂଚୀରେ ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri