ଟ୍ରମ୍ପ୍‌ଙ୍କ ଶପଥ ଉତ୍ସବରେ ଯୋଗଦେବେ ଅମ୍ବାନୀ ଦମ୍ପତି

ଓ୍ବାଶିଂଟନ,୧୯।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଶପଥଗ୍ରହଣ ଉତ୍ସବରେ ଆମେରିକାର ପ୍ରଭାବଶାଳୀ ବିଲିୟନେୟାର ଏବଂ ରାଜନେତା ତଥା ବିଦେଶୀ ନେତା ଓ ସେଲିବ୍ରିଟିମାନଙ୍କ ସହ ଭାରତର ବିଶିଷ୍ଟ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ତାଙ୍କ ସ୍ତ୍ରୀ ନୀତା ଅମ୍ବାନୀ ଯୋଗଦେବେ।

ଅମ୍ବାନୀ ଦମ୍ପତି ଶନିବାର ଓ୍ବାଶିଂଟନରେ ପହଞ୍ଚିଥିବାବେଳେ ଗତ ସନ୍ଧ୍ୟାରେ ଟ୍ରମ୍ପ୍‌ଙ୍କ ‘କ୍ୟାଣ୍ଡେଲ୍‌ିଟ୍‌ ଡିନର’ରେ ଯୋଗଦେବାକୁ ମନୋନୀତ ହୋଇଥିବା ଘନିଷ୍ଠ ୧୦୦ ଜଣଙ୍କ ମଧ୍ୟରେ ସ୍ଥାନ ପାଇଥିଲେ। ଉକ୍ତ ନୈଶ୍ୟଭୋଜିରେ ନିର୍ବାଚିତ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ସ୍ତ୍ରୀ ଉଷା ଭାନ୍ସ ଯୋଗଦେଇଥିବା ବେଳେ ଅମ୍ବାନୀ ଦମ୍ପତି ସମ୍ଭବତଃ ଏକମାତ୍ର ଭାରତୀୟ ଥିଲେ। ଟ୍ରମ୍ପ୍‌ ପରିବାରର ବ୍ୟକ୍ତିଗତ ନିମନ୍ତ୍ରିତ ଅତିଥି ଭାବେ ସେମାନେ ସୋମବାର ଶପଥ ଉତ୍ସବରେ ଯୋଗଦେବେ।

ଟ୍ରମ୍ପ୍‌ ପରିବାର ସହ ଅମ୍ବାନୀଙ୍କର ଘନିଷ୍ଠ ସମ୍ପର୍କ ରହିଛି। ଟ୍ରମ୍ପ୍‌ଙ୍କ ଝିଅ ଇଭାଙ୍କା ୨୦୧୭ରେ ଗ୍ଲୋବାଲ ଇଣ୍ଟରପ୍ରିନ୍ୟୁଅରଶିପ୍‌ ସମିଟ୍‌ରେ ଯୋଗଦେବାକୁ ହାଇଦ୍ରାବାଦ ଆସିଥିବାବେଳେ ଅମ୍ବାନୀ ଉପସ୍ଥିତ ଥିଲେ। ୨୦୨୦ ଫେବୃଆରୀରେ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସିଥିବାବେଳେ ଅମ୍ବାନୀ ତାଙ୍କ ସହ ରହିଥିଲେ। ଗତବର୍ଷ ମାର୍ଚ୍ଚରେ ଅମ୍ବାନୀଙ୍କ ପୁଅ ଅନନ୍ତଙ୍କ ପ୍ରାକ୍‌ ବିବାହ ଉତ୍ସବରେ ଇଭାଙ୍କା, ତାଙ୍କ ସ୍ବାମୀ ଜାରେଡ୍‌ କୁଶ୍‌ନେର ଏବଂ ସେମାନଙ୍କ ବଡ଼ଝିଅ ଆରାବେଲ୍ଲା ରୋଜ୍‌ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri