ଅମ୍ବାନୀ ସବୁଠୁ ଧନୀ ଭାରତୀୟ

ନୂଆଦିଲ୍ଲୀ,୧୩ା୧୦:ଫୋର୍ବସ୍‌ ପକ୍ଷରୁ ପ୍ରକାଶିତ ଚଳିତ ବର୍ଷର ଶ୍ରେଷ୍ଠ ୧୦୦ ଭାରତୀୟଙ୍କ ତାଲିକାର ଶୀର୍ଷ ସ୍ଥାନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିଃର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ରହିଛନ୍ତି। ତାଙ୍କ ସମ୍ପତ୍ତି ପରିମାଣ ୯୨ ବିଲିୟନ ଡଲାର (୭.୬ ଲକ୍ଷ କୋଟି ଟଙ୍କା)। ଗତବର୍ଷ ସବୁଠୁ ଧନୀ ଭାରତୀୟର ପରିଚୟ ହାସଲ କରିଥିବା ଆଦାନୀ ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଆଦାନୀ ଚଳିତ ବର୍ଷ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ହିଣ୍ଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଆଦାନୀଙ୍କ ସମ୍ପତ୍ତି ୮୨ ବିଲିୟନ ଡଲାର ହ୍ରାସ ପାଇ ୬୮ ବିଲିୟନ ଡଲାରରେ ପହଞ୍ଚତ୍ଛି। ଦେଶର ଶ୍ରେଷ୍ଠ ୧୦୦ ଧନୀଙ୍କ ମୋଟ ସମ୍ପତ୍ତି ପରିମାଣ ୭୯୯ ବିଲିୟନ ଡଲାର ବୋଲି ଫୋର୍ବସ ପତ୍ରିକା ପ୍ରକାଶ କରିଛି। ଚଳିତ ବର୍ଷ ଶିବ ନାଦର ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି। ତାଙ୍କ ସମ୍ପତ୍ତି ୨୯.୩ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ତାଲିକାର ଚତୁର୍ଥ ସ୍ଥାନରେ ଥିବା ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲଙ୍କ ସମ୍ପତ୍ତି ପରିମାଣ ୨୪ ବିଲିୟନ ଡଲାର ହୋଇଥିବାବେଳେ ୫ମ ସ୍ଥାନରେ ରହିଥିବା ଡିମାର୍ଟ ମାଲିକ ରାଧାକ୍ରିଷ୍ଣନ ଡାମନିଙ୍କ ସମ୍ପତ୍ତି ୨୩ ବିଲିୟନ ଡଲାର।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri