ଅମ୍ବାନୀ ଶ୍ରେଷ୍ଠ ଧନୀ

ନୂଆଦିଲ୍ଲୀ,୧୧ା୧୦: ଆଦାନୀ ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଆଦାନୀଙ୍କୁ ପଛରେ ପକାଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିଃର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଧନୀ ତାଲିକାର ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ମଙ୍ଗଳବାର ହୁରୁନ ଇଣ୍ଡିଆ ଧନୀ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକା ଅନୁଯାୟୀ ଗତବର୍ଷ ତୁଳନାରେ ଅମ୍ବାନୀଙ୍କ ସମ୍ପତ୍ତି ୨ ପ୍ରତିଶତ ବୃଦ୍ଧି ପାଇ ୮,୦୮,୭୦୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨୦୧୪ରେ ତାଙ୍କର ସମ୍ପତ୍ତି ପରିମାଣ ୧,୬୫,୧୦୦ କୋଟି ଟଙ୍କା ଥିଲା। ଅନ୍ୟପକ୍ଷରେ ଆଦାନୀଙ୍କ ସମ୍ପତ୍ତି ଗତବର୍ଷ ତୁଳନାରେ ୫୭ ପ୍ରତିଶତ ହ୍ରାସ ପାଇ ୪,୭୪,୮୦୦ କୋଟିରେ ପହଞ୍ଚତ୍ଛି। ତାଲିକାର ତୃତୀୟ ସ୍ଥାନରେ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ପ୍ରମୋଟର ପୁଣେର ସାଇରସ୍‌ ଏସ୍‌. ପୁନାଓ୍ବାଲା ଓ ପରିବାର ରହିଛନ୍ତି। ସେମାନଙ୍କର ସମ୍ପତ୍ତି ପରିମାଣ ଗତବର୍ଷ ତୁଳନାରେ ୩୬ ପ୍ରତିଶତ ବୃଦ୍ଧି ପାଇ ୨,୭୮,୫୦୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨,୨୮,୯୦୦ କୋଟି ଟଙ୍କାର ସମ୍ପତ୍ତି ସହ ଶିବ ନାଦାର ଚତୁର୍ଥ ସ୍ଥାନରେ ରହିଥିବାବେଳେ ଲଣ୍ଡନରେ ରହୁଥିବା ଗୋପିଚାନ୍ଦ ହିନ୍ଦୁଜା (୧,୭୬,୫୦୦ କୋଟି ଟଙ୍କା) ସହ ପଞ୍ଚମ ସ୍ଥାନରେ ରହିଛନ୍ତି। ସେହିପରି ଷଷ୍ଠ ସ୍ଥାନରେ ଅଛନ୍ତି ସନ୍‌ ଫାର୍ମାସ୍ୟୁଟିକାଲ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଦିଲୀପ ଶାଙ୍ଘ୍‌ଭି (୧,୬୪,୩୦୦ କୋଟି ଟଙ୍କା)।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri