ନେଦରଲ୍ୟାଣ୍ଡ ରାଷ୍ଟ୍ରଦୂତଙ୍କୁ ଭାରତର କଡ଼ା ଜବାବ: ଦୟାକରି ଆମକୁ ଉପଦେଶ ଦିଅନ୍ତୁ ନାହିଁ

ନ୍ୟୁୟର୍କ,୬।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବିଶ୍ୱର ବିଭିନ୍ନ ରାଷ୍ଟ୍ର କଡ଼ା ନିନ୍ଦା କରିଛନ୍ତି। ଅନେକ ଦେଶ ରୁଷିଆ ଉପରେ କଟକଣା ଲଗାଉଛନ୍ତି। ରୁଷିଆ ବିରୋଧରେ ଜାତିସଂଘର ବିଭିନ୍ନ ମଞ୍ଚରେ ମଧ୍ୟ ନିନ୍ଦା ପ୍ରସ୍ତାବ ଆସୁଛି। ଭାରତ ସବୁଥର ଏହି ପ୍ରସ୍ତାବ ଗୁଡିକ ଉପରେ ହେଉଥିବା ଭୋଟିଂରୁ ନିଜକୁ ଦୂରେଇ ରଖୁଛି। ଏହାକୁ ନେଇ ବ୍ରିଟେନରେ ଅବସ୍ଥାପିତ ନେଦରଲ୍ୟାଣ୍ଡ ରାଷ୍ଟ୍ରଦୂତ ଭାରତକୁ ଉପଦେଶ ଦେଇ କହିଥିଲେ, ଜାତିସଂଘର ସାଧାରଣ ମହାସଭାରେ ୟୁକ୍ରେନ ଉପରେ ଚାଲିଥିବା ଭୋଟିଂରୁ ଭାରତ ନିଜକୁ ଦୂରେଇ ରଖିବାର ନ ଥିଲା। ଏବେ ନେଦରଲ୍ୟାଣ୍ଡ ରାଷ୍ଟ୍ରଦୂତଙ୍କୁ ଜାତିସଂଘରେ ଅବସ୍ଥାପିତ ଭାରତର ସ୍ଥାୟୀ ସଦସ୍ୟ ଟିଏସ ତିରୁମୂର୍ତ୍ତି ଦୃଢ ଜବାବ ଦେଇଛନ୍ତି। ସେ କହିଛନ୍ତି, ଦୟାକରି ଆମକୁ ଉପଦେଶ ଦିଅନ୍ତୁ ନାହିଁ। କ’ଣ କରିବାର ଅଛି ନୂଆଦିଲ୍ଲୀ ସେକଥା ଭଲ ଭାବେ ଜାଣିଛି।
ନିକଟରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ୟୁକ୍ରେନ ସଙ୍କଟକୁ ନେଇ ଆଲୋଚନା ହୋଇଥିଲା। ଏଥିରେ ଭାରତ ପକ୍ଷରୁ ଟିଏସ ତିରୁମୂର୍ତ୍ତି ନିଜର ପକ୍ଷ ମଧ୍ୟ ରଖିଥିଲେ। ନିଜ ବିବୃତିକୁ ମଧ୍ୟ ସେ ଟୁଇଟ୍‌ କରି କହିଥିଲେ, ଭାରତ ତୁରନ୍ତ ଯୁଦ୍ଧ ବିରତି ଚାହେଁ। ଦୁଇ ଦେଶ ଆଲୋଚନା ଦ୍ୱାରା ବିବାଦର ସମାଧାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri