ସୂର୍ଯ୍ୟମନ୍ଦିର ବୁଲିଲେ ୭ ଦେଶର ରାଷ୍ଟ୍ରଦୂତ

କୋଣାର୍କ,୨୮।୧୦(ଡି.ଏନ୍‌.ଏ.):ବିଶ୍ୱ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟମନ୍ଦିର, ଆନ୍ତର୍ଜାତିକ ବ୍ୟାଖ୍ୟାନ କେନ୍ଦ୍ରକୁ ଗୁରୁବାର ଆସୋସିଏଶନ ଅଫ୍‌ ସାଉଥ ଇଷ୍ଟ ଏସିଆନ ନେଶନର ସଦସ୍ୟ ମଣ୍ତଳୀ ବୁଲି ଦେଖିଛନ୍ତି। ଏହି ଓଡ଼ିଶା ଭ୍ରମଣରେ ସାମିଲ ହୋଇଥିଲେ ଭିଏତନାମ, ମ୍ୟାନମାର, ଥାଇଲାଣ୍ତ, ଲାଓପିଡିଆର, ମାଲେସିଆ, ଇଣ୍ତୋନେସିଆ, ବୋର୍ନିଓର ରାଷ୍ଟ୍ରଦୂତ ସମୂହ। ସଦସ୍ୟ ମଣ୍ଡଳୀ ପ୍ରଥମେ କୋଣାର୍କରେ ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ସମର୍ଥ ବର୍ମା ରାଷ୍ଟ୍ରଦୂତମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ପ୍ରାୟ ୩ ଘଣ୍ଟାର ଭ୍ରମଣ ସମୟରେ ବ୍ୟାଖ୍ୟାନ କେନ୍ଦ୍ରରେ ଓଡ଼ିଶାର ଐତିହ୍ୟ, ବୋଇତ ବନ୍ଦାଣ, ଭଗ୍ନ କୋଣାର୍କର ପୂର୍ବ ସ୍ଥିତିର ପ୍ରତିକାତ୍ମକ ପ୍ରସ୍ତର ଖୋଦେଇ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖିବା ସହ କୋଣାର୍କର ଇତିହାସ ସମ୍ବନ୍ଧୀୟ ସ୍ଥିରଚିତ୍ର ଦେଖି ବିମୋହିତ ହୋଇଥିଲେ। ଏହାପରେ କୋଣାର୍କ ସୂର୍ଯ୍ୟମନ୍ଦିର ବୁଲି ପ୍ରତ୍ନତାତ୍ତ୍ୱିକ ତଥ୍ୟ, ସୂର୍ଯ୍ୟ ଘଡି, ପୌରାଣିକ କାହାଣୀ, ଶାମ୍ବ ଓ ଧର୍ମପଦଙ୍କ କାହାଣୀ ଆଦି ଗାଇଡ୍‌ଙ୍କଠାରୁ ବୁଝିଥିଲେ। ଏଭଳି କାରୁକାର୍ଯ୍ୟ ଦେଖି ବିଶ୍ବରେ ବିରଳ ଓ ଅଦ୍ବିତୀୟ ବୋଲି ରାଷ୍ଟ୍ରଦୂତମାନେ କହିଥିଲେ। କୋଣାର୍କରୁ ଏକ ଭଲ ଅନୁଭୂତି ନେଇଯିବା ଓଡ଼ିଶାର ପର୍ଯ୍ୟଟନ ବିକାଶରେ ସହାୟକ ହେବ। ସୂର୍ଯ୍ୟମନ୍ଦିର ଦର୍ଶନ କରିବା ସହ ନିପୁଣ କାରୁକାର୍ଯ୍ୟ ଦେଖି ଖୁସିବ୍ୟକ୍ତ କରିଥିଲେ ଟିମ୍‌ ସଦସ୍ୟଗଣ। ଏହି ଗସ୍ତ ସମୟରେ ପୁରୀ ଅତିରିକ୍ତ ଜିଲାପାଳ ଦିଲୀପ କୁମାର ମହାପାତ୍ର, ଗୋପ ତହସିଲଦାର ଏସ୍‌.କେ.ସାଗିର, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, କୋଣାର୍କ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକ ଓ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀଙ୍କ ସମେତ ଏଏସ୍‌ଆଇର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri