କ୍ରିକେଟ ମଇଦାନକୁ ଛାଡି ରାଜନୀତି ମଇଦାନକୁ ଓହ୍ଲାଇଲେ ଅମ୍ବାତି ରାୟଡୁ

ବିଜୟଓ୍ବାଡା,୨୮।୧୨: ପୂର୍ବତନ କ୍ରିକେଟର ଅମ୍ବାତି ରାୟଡୁ ଏବେ ରାଜନୀତିରେ ଯୋଗ ଦେଇଛନ୍ତି। ସେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଓ୍ବାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି। ବିଜୟଓ୍ବାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି।

ସେ ଓ୍ବାଇଏସଆରସିପି ଅଧ୍ୟକ୍ଷ ଜଗନ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ। ରାଇଡୁ ଏମିତି ସମୟରେ ଦଳରେ ଯୋଗ ଦେଇଥିଲେ ଯେତେବେଳେ ସମସ୍ତ ଦଳ ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ଲୋକ ସଭା ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେବ କି ନାହିଁ ତାକୁ ନେଇ ପ୍ରଶ୍ନ ଉଠିଛି।
ହିନ୍ଦୁସ୍ତାନ ଟାଇମ୍ସ ରିପୋର୍ଟ ଅନୁଯାୟୀ, ସେ ବୁଧବାର ଗଣମାଧ୍ୟମକୁ କହିଛନ୍ତି, ମୁଁ ଶୀଘ୍ର ଲୋକଙ୍କ ସେବା କରିବା ପାଇଁ ଆନ୍ଧ୍ରପ୍ରଦେଶର ରାଜନୀତିରେ ପ୍ରବେଶ କରିବି। ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ମୁଁ ଲୋକଙ୍କୁ ଜାଣିବାକୁ ଚେଷ୍ଟା କରିଥିଲି ଏବଂ ସେମାନଙ୍କ ସମସ୍ୟା ବୁଝିଥିଲି। ସୂଚନାଯୋଗ୍ୟ,୨୯ ମେ’ରେ ଇଣ୍ଡିଆନ ପ୍ରିମିୟର ଲିଗ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ରାଇଡୁ ତାଙ୍କର ଶେଷ କ୍ରିକେଟ ମ୍ୟାଚ ଖେଳିଥିଲେ। ରାଜନୀତିରେ ଯୋଗଦେବା ପୂର୍ବରୁ ସେ ନିଜ ଜନ୍ମସ୍ଥାନ ଗୁଣ୍ଟୁର ଜିଲାର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଲୋକମାନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri