Posted inଖେଳ

 ଆଇପିଏଲ୍‌ରୁ ଅବସର ନେଲେ ଅମ୍ବାତି ରାୟୁଡୁ

ଅହମଦାବାଦ, ୨୮ା୫: ଚେନ୍ନାଇ ସୁପର କିଙ୍ଗ୍ସର(ସିଏସ୍‌କେ) ନିୟମିତ ସଦସ୍ୟ ଅମ୍ବାତି ରାୟୁଡୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଅବସର ଘୋଷଣା କରିଛନ୍ତି। ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ଫାଇନାଲ ତାଙ୍କ ଶେଷ ମ୍ୟାଚ ହେବ। ଇଂଲଣ୍ଡରେ ୨୦୧୯ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳରେ ତାଙ୍କୁ ସ୍ଥାନ ନ ମିଳିବା ପରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ଦୁଇବର୍ଷ ତଳେ ସେ ଘରୋଇ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଥିଲେ। କିନ୍ତୁ ସେ ପରବର୍ତ୍ତୀ ସମୟରେ ତାଙ୍କ ନିଷ୍ପତ୍ତିରେ ପରିବର୍ତ୍ତନ କରିଥିଲେ। ହାଇଦ୍ରାବାଦର ଏହି ୩୮ ବର୍ଷୀୟ ଖେଳାଳି ଏଥର ତାଙ୍କ ନିଷ୍ପତ୍ତିରେ ଆଉ ପରିବର୍ତ୍ତନ କରିବେ ନାହିଁ ବୋଲି କହିଛନ୍ତି। ଏଥର ସେ ୧୫ଟି ଗେମ୍‌ରେ ୧୩୯ ରନ୍‌ ସଂଗ୍ରହ କରିଛନ୍ତି। ସେ ତାଙ୍କ ଆଇପିଏଲ୍‌ କ୍ୟାରିୟରରେ ଦୁଇଟି ପ୍ରମୁଖ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଓ ସିଏସ୍‌କେ ଦଳ ପାଇଁ ଖେଳିଛନ୍ତି। ଟୁର୍ନାମେଣ୍ଟର ୧୪ଟି ସିଜନରେ ସେ ୧୧ ପ୍ଲେଅଫ୍‌ ଓ ୮ ଫାଇନାଲ ଖେଳିଛନ୍ତି। ୫ଥର ଟ୍ରଫି ଜିତିଛନ୍ତି। ଆଇପିଏଲ୍‌କୁ ସେ ଭଲରୂପେ ଉପଭୋଗ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?