Posted inଜାତୀୟ

‘ଆମ୍ବେଡ୍‌କର ଆଣ୍ଡ୍‌ ମୋଦି: ରିଫର୍ମର୍ସ ଆଇଡିଆଜ୍‌ ପର୍ଫର୍ମର୍ସ ଇମ୍ପି୍ଲମେଣ୍ଟେଶନ’ ପୁସ୍ତକ ଉନ୍ମୋଚିତ

ନୂଆଦିଲ୍ଲୀ,୧୭।୯: ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ନୂଆଦିଲ୍ଲୀରେ ‘ଆମ୍ବେଡ୍‌କର ଆଣ୍ଡ୍‌ ମୋଦି: ରିଫର୍ମର୍ସ ଆଇଡିଆଜ୍‌, ପର୍ଫର୍ମର୍ସ ଇମ୍ପି୍ଲମେଣ୍ଟେଶନ’ପୁସ୍ତକ ଉନ୍ମୋଚନ କରିଛନ୍ତି। ପୁସ୍ତକ ଉନ୍ମୋଚନ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, ପୂର୍ବତନ ସିଜେଆଇ କେ.ଜି. ବାଲକ୍ରିଷ୍ଣନ, କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗାନ ଏବଂ ବ୍ଲୁକାର୍ଟ ଡିଜିଟାଲ ଫାଉଣ୍ଡେଶନର ନିର୍ଦ୍ଦେଶକ ହିତେଶ ଜୈନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପୁସ୍ତକ କେବଳ ମହାନ୍‌ ସଂସ୍କାରକ ବାବା ସାହେବ ଡ. ଭୀମରାଓ ଆମ୍ବେଡ୍‌କରଙ୍କର ମହାନ ନୀତି ଆଦର୍ଶ ଓ ଦୂରଦୃଷ୍ଟିର ସଂକଳନ ନୁହେଁ, ସେଗୁଡ଼ିକ କିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଛି, ତାହାର ଏକ ସଂକଳନ। ଆମ୍ବେଡ୍‌କରଙ୍କ ଦୂରଦୃଷ୍ଟିକୁ ହୃଦୟଙ୍ଗମ କରିବା ଲାଗି ଏହା ମହାନ ପ୍ରୟାସର ଏକ ପ୍ରଲେଖନ ବୋଲି ଅନୁରାଗ କହିଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି କୋବିନ୍ଦ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ଆମ୍ବେଡକରଙ୍କୁ ଦୂରଦୃଷ୍ଟିକୁ ବାସ୍ତବରେ ପରିଣତ କରିବା ଦିଗରେ କାର୍ଯ୍ୟ କରୁଥିବା ମୋଦିଙ୍କୁ ସେ ସମାଜ ସଂସ୍କାରକଙ୍କ ପ୍ରକୃତ ଅନୁଗାମୀ ବୋଲି ଅଭିହିତ କରିଥିଲେ। ସେହିପରି ପୂର୍ବତନ ସିଜେଆଇ ଜଷ୍ଟିସ ବାଲ୍‌କ୍ରିଷ୍ଣନ୍‌ ତାଙ୍କ ଉଦ୍‌ବୋଧନରେ ଆମ୍ବେଡ୍‌କରଙ୍କ ଅବଦାନ ସମ୍ପର୍କରେ ସ୍ମରଣ କରିବା ସହ ତାଙ୍କୁ ଭାରତର ମହାନ ଚିନ୍ତାନାୟକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri