Posted inଜାତୀୟ

‘ଆମ୍ବେଡ୍‌କର ଆଣ୍ଡ୍‌ ମୋଦି: ରିଫର୍ମର୍ସ ଆଇଡିଆଜ୍‌ ପର୍ଫର୍ମର୍ସ ଇମ୍ପି୍ଲମେଣ୍ଟେଶନ’ ପୁସ୍ତକ ଉନ୍ମୋଚିତ

ନୂଆଦିଲ୍ଲୀ,୧୭।୯: ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ନୂଆଦିଲ୍ଲୀରେ ‘ଆମ୍ବେଡ୍‌କର ଆଣ୍ଡ୍‌ ମୋଦି: ରିଫର୍ମର୍ସ ଆଇଡିଆଜ୍‌, ପର୍ଫର୍ମର୍ସ ଇମ୍ପି୍ଲମେଣ୍ଟେଶନ’ପୁସ୍ତକ ଉନ୍ମୋଚନ କରିଛନ୍ତି। ପୁସ୍ତକ ଉନ୍ମୋଚନ ସମାରୋହରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, ପୂର୍ବତନ ସିଜେଆଇ କେ.ଜି. ବାଲକ୍ରିଷ୍ଣନ, କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗାନ ଏବଂ ବ୍ଲୁକାର୍ଟ ଡିଜିଟାଲ ଫାଉଣ୍ଡେଶନର ନିର୍ଦ୍ଦେଶକ ହିତେଶ ଜୈନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପୁସ୍ତକ କେବଳ ମହାନ୍‌ ସଂସ୍କାରକ ବାବା ସାହେବ ଡ. ଭୀମରାଓ ଆମ୍ବେଡ୍‌କରଙ୍କର ମହାନ ନୀତି ଆଦର୍ଶ ଓ ଦୂରଦୃଷ୍ଟିର ସଂକଳନ ନୁହେଁ, ସେଗୁଡ଼ିକ କିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଛି, ତାହାର ଏକ ସଂକଳନ। ଆମ୍ବେଡ୍‌କରଙ୍କ ଦୂରଦୃଷ୍ଟିକୁ ହୃଦୟଙ୍ଗମ କରିବା ଲାଗି ଏହା ମହାନ ପ୍ରୟାସର ଏକ ପ୍ରଲେଖନ ବୋଲି ଅନୁରାଗ କହିଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି କୋବିନ୍ଦ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ଆମ୍ବେଡକରଙ୍କୁ ଦୂରଦୃଷ୍ଟିକୁ ବାସ୍ତବରେ ପରିଣତ କରିବା ଦିଗରେ କାର୍ଯ୍ୟ କରୁଥିବା ମୋଦିଙ୍କୁ ସେ ସମାଜ ସଂସ୍କାରକଙ୍କ ପ୍ରକୃତ ଅନୁଗାମୀ ବୋଲି ଅଭିହିତ କରିଥିଲେ। ସେହିପରି ପୂର୍ବତନ ସିଜେଆଇ ଜଷ୍ଟିସ ବାଲ୍‌କ୍ରିଷ୍ଣନ୍‌ ତାଙ୍କ ଉଦ୍‌ବୋଧନରେ ଆମ୍ବେଡ୍‌କରଙ୍କ ଅବଦାନ ସମ୍ପର୍କରେ ସ୍ମରଣ କରିବା ସହ ତାଙ୍କୁ ଭାରତର ମହାନ ଚିନ୍ତାନାୟକ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri